< ଯିରିମୀୟ 47 >

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
바로가 가사를 치기 전에 블레셋 사람에 대하여 선지자 예레미야에게 임한 여호와의 말씀이라
2 “ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।
여호와께서 이같이 말씀하시되 보라 물이 북방에서 일어나 창일하는 시내를 이루어 그 땅과 그 중에 있는 모든 것과 그 성읍과 거기 거하는 자들을 엄몰시키리니 사람들이 부르짖으며 그 땅 모든 거민이 애곡할 것이라
3 ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
힘센 것의 굽치는 소리와 달리는 병거 바퀴의 울리는 소리에 아비의 손이 풀려서 그 자녀를 돌아보지 못하리니
4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
이는 블레셋 사람을 진멸하시며 두로와 시돈에 남아 있는 바 도와 줄 자를 다 끊어 버리시는 날이 이름이라 여호와께서 갑돌 섬에 남아 있는 블레셋 사람을 멸하시리라
5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
가사가 삭발되었고 아스글론과 그들에게 남아 있는 평지가 멸망되었나니 네가 네 몸 베기를 어느 때까지 하겠느냐
6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
여호와의 칼이여 네가 언제까지 쉬지 않겠느냐 네 집에 들어가서 가만히 쉴지어다
7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”
여호와께서 이를 명하셨은즉 어떻게 쉬겠느냐 아스글론과 해변을 치려 하여 그가 명정하셨느니라

< ଯିରିମୀୟ 47 >