< ଯିରିମୀୟ 49 >

1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
Ad filios Ammon. Haec dicit Dominus: Numquid non filii sunt Israel? aut heres non est ei? Cur igitur hereditate possedit Melchom, Gad: et populus eius in urbibus eius habitavit?
2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
Ideo ecce dies veniunt, dicit Dominus: et auditum faciam super Rabbath filiorum Ammon fremitum praelii, et erit in tumultum dissipata, filiaeque eius igne succendentur, et possidebit Israel possessores suos, ait Dominus.
3 ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
Ulula Hesebon, quoniam vastata est Hai. clamate filiae Rabbath, accingite vos ciliciis: plangite et circuite per sepes: quoniam Melchom in transmigrationem ducetur, sacerdotes eius, et principes eius simul.
4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
Quid gloriaris in vallibus? defluxit vallis tua filia delicata, quae confidebas in thesauris tuis, et dicebas: Quis veniet ad me?
5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
Ecce ego inducam super te terrorem, ait Dominus Deus exercituum, ab omnibus qui sunt in circuitu tuo: et dispergemini singuli a conspectu vestro, nec erit qui congreget fugientes.
6 ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
Et post haec reverti faciam captivos filiorum Ammon, ait Dominus.
7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
Ad Idumaeam. Haec dicit Dominus exercituum: Numquid non ultra est sapientia in Theman? Periit consilium a filiis, inutilis facta est sapientia eorum.
8 ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
Fugite et terga vertite, descendite in voraginem habitatores Dedan: quoniam perditionem Esau adduxi super eum, tempus visitationis eius.
9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
Si vindemiatores venissent super te, non reliquissent racemum: si fures in nocte, rapuissent quod sufficeret sibi.
10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
Ego vero discooperui Esau, revelavi abscondita eius, et celari non poterit: vastatum est semen eius, et fratres eius, et vicini eius, et non erit.
11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
Relinque pupillos tuos: ego faciam eos vivere: et viduae tuae in me sperabunt.
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
Quia haec dicit Dominus: Ecce quibus non erat iudicium ut biberent calicem, bibentes bibent: et tu quasi innocens relinqueris? non eris innocens, sed bibens bibes.
13 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
Quia per memetipsum iuravi, dicit Dominus, quod in solitudinem, et in opprobrium, et in desertum, et in maledictionem erit Bosra: et omnes civitates eius erunt in solitudines sempiternas.
14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
Auditum audivi a Domino, et legatus ad Gentes missus sum: Congregamini, et venite contra eam, et consurgamus in praelium:
15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
Ecce enim parvulum dedi te in Gentibus contemptibilem inter homines.
16 ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
Arrogantia tua decepit te, et superbia cordis tui: qui habitas in cavernis petrae, et apprehendere niteris altitudinem collis. cum exaltaveris quasi aquila nidum tuum, inde detraham te, dicit Dominus.
17 ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।
Et erit Idumaea deserta: omnis qui transibit per eam, stupebit, et sibilabit super omnes plagas eius.
18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Sicut subversa est Sodoma, et Gomorrha, et vicinae eius, ait Dominus: non habitabit ibi vir, et non incolet eam filius hominis.
19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
Ecce quasi leo ascendet de superbia Iordanis ad pulchritudinem robustam: quia subito currere faciam eum ad illam: et quis erit electus, quem praeponam ei? quis enim similis mei? et quis sustinebit me? et quis est iste pastor, qui resistat vultui meo?
20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Propterea audite consilium Domini, quod iniit de Edom: et cogitationes eius, quas cogitavit de habitatoribus Theman: Si non deiecerint eos parvuli gregis, nisi dissipaverint cum eis habitaculum eorum.
21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
A voce ruinae eorum commota est terra: clamor in Mari rubro auditus est vocis eius.
22 ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
Ecce quasi aquila ascendet, et avolabit: et expandet alas suas super Bosran: et erit cor fortium Idumaeae in die illa, quasi cor mulieris parturientis.
23 ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Ad Damascum: Confusa est Emath, et Arphad: quia auditum pessimum audierunt, turbati sunt in mari: prae solicitudine quiescere non potuit.
24 ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
Dissoluta est Damascus, versa est in fugam, tremor apprehendit eam: angustia et dolores tenuerunt eam quasi parturientem.
25 ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
Quomodo dereliquerunt civitatem laudabilem, urbem laetitiae!
26 ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
Ideo cadent iuvenes eius in plateis eius: et omnes viri praelii conticescent in die illa, ait Dominus exercituum.
27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
Et succendam ignem in muro Damasci, et devorabit moenia Benadad.
28 “ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
Ad Cedar, et ad regna Asor, quae percussit Nabuchodonosor rex Babylonis. Haec dicit Dominus: Surgite, et ascendite ad Cedar, et vastate filios Orientis.
29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
Tabernacula eorum, et greges eorum capient: pelles eorum, et omnia vasa eorum, et camelos eorum tollent sibi: et vocabunt super eos formidinem in circuitu.
30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
Fugite, abite vehementer, in voraginibus sedete, qui habitatis Asor, ait Dominus: iniit enim contra vos Nabuchodonosor rex Babylonis consilium, et cogitavit adversum vos cogitationes.
31 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
Consurgite, et ascendite ad gentem quietam, et habitantem confidenter, ait Dominus, non ostia, nec vectes eis: soli habitant.
32 ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
Et erunt cameli eorum in direptionem, et multitudo iumentorum in praedam: et dispergam eos in omnem ventum, qui sunt attonsi in comam: et ex omni confinio eorum adducam interitum super eos, ait Dominus.
33 ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
Et erit Asor in habitaculum draconum, deserta usque in aeternum: non manebit ibi vir, nec incolet eam filius hominis.
34 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Quod facum est verbum Domini ad Ieremiam prophetam adversus Aelam in principio regni Sedechiae regis Iuda, dicens:
35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍‍ର ଧନୁ, ଅର୍ଥାତ୍‍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
Haec dicit Dominus exercituum: Ecce ego confringam arcum Aelam, et summam fortitudinem eorum.
36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
Et inducam super Aelam quattuor ventos a quattuor plagis caeli: et ventilabo eos in omnes ventos istos: et non erit gens, ad quam non perveniant profugi Aelam.
37 ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
Et pavere faciam Aelam coram inimicis suis, et in conspectu quaerentium animam eorum: et adducam super eos malum, iram furoris mei, dicit Dominus: et mittam post eos gladium donec consumam eos.
38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
Et ponam solium meum in Aelam, et perdam inde reges et principes, ait Dominus.
39 ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”
In novissimis autem diebus reverti faciam captivos Aelam, dicit Dominus.

< ଯିରିମୀୟ 49 >