< ଯିରିମୀୟ 49 >
1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
Yavé dice: ¿Israel no tiene hijos? ¿No tiene heredero? ¿Por qué Milcom desposeyó a Gad, y el pueblo de él se estableció en sus ciudades?
2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
Por tanto, ciertamente vienen días, dice Yavé, en los cuales produciré un toque de trompeta para guerra contra Rabá de los hijos de Amón. Será convertida en una pila de escombros, y sus ciudades serán incendiadas. Entonces Israel tomará posesión de lo que era suyo, dice Yavé.
3 ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
¡Lamenta, oh Hesbón, porque Hai es destruida! ¡Lloren, hijas de Rabá, átense tela áspera! Laméntense y corran de un lado a otro entre sus cercos de tierra apisonada, porque Milcom irá a cautividad junto con sus sacerdotes y magistrados.
4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
¡Cuán ufanada estás de tus valles, de tu valles que fluyen abundancia, oh hija apóstata! Tú que confías en tus tesoros, y dices: ¿Quién vendrá contra mí?
5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
Mira, Yo envío un terror sobre ti que te rodeará por todas partes, dice ʼAdonay Yavé de las huestes. Serán expulsados precipitadamente, y no habrá quien reúna a los fugitivos.
6 ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
Pero después restauraré a los cautivos de Amón, dice Yavé.
7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
Con respecto a Idumea. Yavé de las huestes dice: ¿Ya no hay sabiduría en Temán? ¿Se perdió el buen consejo de los prudentes? ¿Decayó su sabiduría?
8 ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
Huyan, regresen, vivan en las profundidades, oh habitantes de Dedán. Porque el desastre le llega a Esaú en el tiempo cuando Yo lo castigo.
9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
Si te invaden cosechadores de uvas, ¿no te dejarían rebuscos? Si vinieran ladrones de noche, destruirían solo hasta que tengan suficiente.
10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
Pero soy Yo el que desnudo a Esaú. Descubro sus escondites y no podrá esconderse. Su descendencia será destruida junto con sus parientes y vecinos, y dejará de ser.
11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
Deja a tus huérfanos. Yo los mantendré con vida. Deja que tus viudas confíen en Mí.
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
Porque Yavé dice: En verdad, los que no estaban sentenciados a beber la copa ciertamente la beberán, ¿y serás tú el que sea completamente absuelto? No serás absuelto, sino realmente la beberás.
13 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
Porque juré por Mí mismo, dice Yavé, que Bosra será un objeto de terror, un reproche, una desolación y una maldición. Todas sus ciudades serán desolaciones perpetuas.
14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
Un mensaje escuché de Yavé. Un embajador es enviado a las naciones: ¡Reúnanse, vengan contra ella, y suban a la batalla!
15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
En verdad, te declaro pequeña entre las naciones, y despreciada entre los hombres.
16 ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
El terror que inspiraste y la soberbia de tu corazón te engañaron. ¡Oh tú que habitas en las cavernas de la peña! Aunque hagas tu nido como el águila, de allí te bajaré, dice Yavé.
17 ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
Idumea se convertirá en una desolación. Todo el que pase por ella silbará de asombro al ver sus heridas.
18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Será como la catástrofe de Sodoma y Gomorra y sus ciudades vecinas, dice Yavé. Por tanto nadie vivirá allí ni residirá hijo de hombre en ella.
19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
Como un león que sube de la espesura del Jordán al pastizal de perenne verdor, así los correré de allí y la entregaré al que sea escogido. Porque, ¿quién es semejante a Mí? ¿Quién me desafía? ¿Cuál es el pastor que prevalece delante de Mí?
20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Por tanto, escuchen el designio de Yavé contra Edom y sus planes contra los habitantes de Temán: Ciertamente arrastrarán aun a los pequeños del rebaño. Ciertamente convertirá los pastizales deseables en una desolación por causa de ellos.
21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Tiembla la tierra al estruendo de la caída. El ruido se oye en el mar Rojo.
22 ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
En verdad, Él se remonta y vuela. Se abalanza como un águila, y extiende sus alas contra Bosra. En aquel día el corazón de los valientes de Edom será como el corazón de una parturienta.
23 ଦମ୍ମେଶକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Con respecto a Damasco. Amat y Arpad están avergonzadas porque oyeron malas noticias. Se derriten en un mar de ansiedad que no puede sosegarse.
24 ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
Damasco se debilita y se alista para huir. El temblor se apoderó de ella. Está dominada por la angustia y los dolores, como de una parturienta.
25 ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
¡Cómo está abandonada la ciudad famosa, el pueblo de mi regocijo!
26 ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
Por tanto, aquel día sus jóvenes caen en sus calles, y todos los guerreros perecerán, dice Yavé de las huestes.
27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
Encenderé un fuego en el muro de Damasco que devorará los palacios fortificados de Ben-adad.
28 “ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
Yavé dice esto contra Cedar y los reinos de Hazor, a quienes Nabucodonosor, rey de Babilonia, derrotó: Levántense, suban contra Cedar. Destruyan a los hombres del oriente.
29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
Tomen sus tiendas y los rebaños de ellos. Tomen las cortinas de sus tiendas, sus bienes y sus camellos para ellos mismos. Ellos clamarán el uno al otro: ¡Terror por todos lados!
30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
Corran, huyan, vivan en las profundidades, oh habitantes de Hazor, dice Yavé, porque Nabucodonosor, rey de Babilonia, tiene un plan contra ustedes.
31 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
¡En pie! Marchen contra un pueblo confiado, que vive tranquilo sin puertas, ni cerrojos y vive solitario, dice Yavé.
32 ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
Sus camellos servirán como botín y numerosos ganados como despojo. Los esparciré por todos los puntos cardinales, hasta los más remotos confines, a todos los que cortan las esquinas [de su cabello]. De todos lados les traeré su calamidad, dice Yavé.
33 ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
Hazor será como residencia de chacales, una desolación perpetua. Nadie vivirá allí, ni la habitará hijo de hombre.
34 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Palabra de Yavé que vino al profeta Jeremías con respecto a Elam, al principio del reinado de Sedequías, rey de Judá:
35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
Yavé de las huestes dice: Ciertamente Yo quiebro el arco de Elam, el arma principal de su poder.
36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
Traeré sobre Elam los cuatro puntos cardinales de los cuatro ángulos del cielo. Los esparciré a todos estos puntos. No habrá nación a donde no vayan los desterrados de Elam.
37 ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
Provocaré que Elam se aterrorice delante de sus enemigos, y delante de los que buscan su vida. Traeré el mal y el ardor de mi ira sobre ellos, dice Yavé. Enviaré la espada tras ellos hasta que los acabe.
38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
Entonces estableceré mi trono en Elam. Allí destruiré al rey y a los magistrados, dice Yavé.
39 ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”
Pero sucederá en los últimos días, dice Yavé, que restauraré a los cautivos de Elam.