< ଯିରିମୀୟ 5 >

1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Parcourez en tous sens les rues de Jérusalem, regardez donc et observez, faites des recherches dans ses places publiques; si vous trouvez un homme, un seul, qui pratique la justice, qui soit soucieux de loyauté, elle obtiendra de moi son pardon.
2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
Même quand ils disent: "Par l’Eternel vivant!" à coup sûr, c’est pour prêter un faux serment!
3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
O Eternel, tes yeux peuvent-ils supporter autre chose que la vérité? Tu les as frappés, et ils ne se sentent pas atteints; tu les as ruinés, ils refusent d’accepter la leçon ils se font un visage plus dur que le roc, ils ne veulent pas se convertir.
4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
Je pensais alors en moi-même: "Ce ne sont que gens de rien; ils manquent d’intelligence, ignorants qu’ils sont de la voie de l’Eternel, de la justice de leur Dieu.
5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।
Je vais me tourner vers les grands, leur adresser la parole; car ils connaissent, eux, la voie de l’Eternel, la justice de leur Dieu!" Mais ce sont eux qui, tous ensemble, ont brisé le joug, rompu les liens.
6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
C’Est pourquoi le lion, s’élançant des forêts, les attaque, le loup des steppes arides s’acharne sur eux; la panthère est tapie près de leurs villes, quiconque en sort est mis en pièces, car multiples sont leurs fautes, nombreux leurs égarements.
7 “ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
Pour quelle raison te pardonnerais-je? Tes fils m’abandonnent, ils jurent par des dieux qui n’en sont pas; je les ai comblés de bien et ils trahissent leur foi, ils se rendent en foule aux mauvais lieux.
8 ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Comme des chevaux repus, ils courent de côté et d’autre, hennissant chacun après la femme d’autrui.
9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
Puis-je ne pas sévir contre de tels excès? dit l’Eternel; mon âme n’usera-t-elle pas de représailles contre un pareil peuple?
10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
Escaladez ses murailles et dévastez, mais sans consommer la ruine! Emondez ses branches, qui n’appartiennent pas à l’Eternel.
11 ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
Car la maison d’Israël et la maison de Juda ont agi perfidement à mon égard, dit l’Eternel.
12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
Ils ont renié le Seigneur et dit: "Il n’est pas! Aucun malheur ne nous arrivera, nous ne verrons ni guerre ni famine.
13 ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
Les dires des prophètes seront comme du vent; de parole révélée, ils n’en possèdent pas: puisse un tel traitement leur être infligé!"
14 ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
C’Est pourquoi, ainsi parle l’Eternel, Dieu-Cebaot: "Puisque tels sont vos discours, les paroles que je mets dans ta bouche, je vais les transformer en feu, et ce peuple sera du bois, que ce feu consumera.
15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।
Voici, je fais fondre sur vous un peuple venu de loin, ô maison d’Israël, dit l’Eternel, un peuple impétueux, peuple d’une haute antiquité, peuple dont tu ignores la langue et ne comprends pas le parier.
16 ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
Son carquois est comme un sépulcre béant, et il ne compte que des héros.
17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
Il dévorera ta moisson et ton pain, il dévorera tes fils et tes filles, il dévorera tes brebis et tes boeufs, il dévorera ta vigne et ton figuier; il ruinera par le glaive tes villes fortes, sur lesquelles tu fondes ton espoir.
18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
Mais même en ces jours-là, dit l’Eternel, je ne vous anéantirai pas complètement.
19 ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
Et quand vous direz: "Quel motif a l’Eternel pour nous traiter de la sorte?" Tu leur répondras: "De même que vous m’avez délaissé pour servir des dieux étrangers dans votre pays, ainsi vous aurez à servir des étrangers dans un pays qui n’est pas le vôtre."
20 ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
Annoncez ceci dans la maison de Jacob, et proclamez-le dans Juda, à savoir:
21 “ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Ecoutez donc ceci, peuple dénué d’intelligence et de coeur, vous qui avez des yeux pour ne pas voir, des oreilles pour ne pas entendre!
22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
Est-ce bien moi que vous ne vénérez pas, dit l’Eternel, est-ce bien moi devant qui vous refusez de trembler, moi qui ai donné le sable comme limite à la mer, comme une barrière éternelle qu’elle ne peut franchir? Ses flots se soulèvent, impuissants, ils mugissent, mais ne vont pas au delà.
23 ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
Mais ce peuple a le coeur indocile et rebelle, il s’est détourné et a suivi sa propre voie.
24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
Ils n’ont pas dit en leur coeur: "Adorons donc l’Eternel, notre Dieu, qui dispense la pluiela pluie de l’automne et du printempsen temps voulu, qui nous réserve régulièrement les semaines déterminées pour la moisson."
25 ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
Ce sont vos fautes qui ont dérangé le cours de ces lois, vos péchés qui vous ont privés de ces bienfaits,
26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
car il se rencontre dans mon peuple de mauvaises gens, l’oeil aux aguets comme des oiseleurs, qui ont dressé leurs panneaux; ils tendent leurs engins meurtriers, et ce sont des hommes qu’ils prennent au piège.
27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
Comme une cage remplie d’oiseaux, leurs demeures sont remplies de fraude; aussi sont-ils prospères et opulents.
28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
Ils sont gras, reluisants: ne dépassent-ils pas toute mesure dans le mal? Ils ne rendent pas justice, justice à l’orphelin, et ils prospèrent! La cause des pauvres, ils ne la font pas triompher.
29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
Puis-je ne pas sévir contre de tels excès? dit l’Eternel; mon âme n’usera-t-elle pas de représailles contre un pareil peuple?
30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
II s’est passé des choses stupéfiantes et pleines d’horreur dans ce pays:
31 ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?
les prophètes font prédication de mensonges, les prêtres, forts de leur appui, exercent leur domination, et mon peuple aime cela! Mais que ferez-vous quand viendra la fin?

< ଯିରିମୀୟ 5 >