< ଯିରିମୀୟ 5 >

1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
“Pandeni na kushuka katika mitaa ya Yerusalemu, tazameni pande zote na mtafakari, tafuteni katika viwanja vyake. Kama mtaweza kumpata hata mtu mmoja tu atendaye kwa uaminifu na kutafuta kweli, nitausamehe mji huu.
2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
Ingawa wanasema, ‘Kwa hakika kama Bwana aishivyo,’ bado wanaapa kwa uongo.”
3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Ee Bwana, je, macho yako hayaitafuti kweli? Uliwapiga, lakini hawakusikia maumivu, uliwapondaponda, lakini walikataa maonyo. Walifanya nyuso zao kuwa ngumu kuliko jiwe nao walikataa kutubu.
4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
Ndipo nikasema, “Hawa ni maskini tu; wao ni wapumbavu, kwa maana hawaijui njia ya Bwana, sheria ya Mungu wao.
5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।
Kwa hiyo nitakwenda kwa viongozi na kuzungumza nao, hakika wao wanaijua njia ya Bwana, sheria ya Mungu wao.” Lakini kwa nia moja nao pia walikuwa wameivunja nira na kuvivunja vifungo.
6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Kwa hiyo simba kutoka mwituni atawashambulia, mbwa mwitu kutoka jangwani atawaangamiza, chui atawavizia karibu na miji yao, ili kumrarua vipande vipande yeyote atakayethubutu kutoka nje, kwa maana maasi yao ni makubwa, na kukengeuka kwao kumekuwa ni kwingi.
7 “ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
“Kwa nini niwasamehe? Watoto wenu wameniacha na kuapa kwa miungu ambayo si miungu. Niliwapatia mahitaji yao yote, lakini bado wamefanya uzinzi na kusongana katika nyumba za makahaba.
8 ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Wamelishwa vizuri, kama farasi waume wenye tamaa nyingi, kila mmoja akimlilia mke wa mwanaume mwingine.
9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
Je, nisiwaadhibu kwa ajili ya hili?” asema Bwana. “Je, nisijilipizie kisasi juu ya taifa kama hili?
10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
“Piteni katika mashamba yake ya mizabibu na kuyaharibu, lakini msiangamize kabisa. Pogoeni matawi yake, kwa kuwa watu hawa sio wa Bwana.
11 ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
Nyumba ya Israeli na nyumba ya Yuda wamekuwa si waaminifu kwangu kamwe,” asema Bwana.
12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
Wamedanganya kuhusu Bwana. Wamesema, “Yeye hatafanya jambo lolote! Hakuna dhara litakalotupata; kamwe hatutaona upanga wala njaa.
13 ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
Manabii ni upepo tu, wala neno halimo ndani yao, kwa hiyo hayo wayasemayo na yatendeke kwao.”
14 ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
Kwa hiyo hili ndilo asemalo Bwana Mungu Mwenye Nguvu Zote: “Kwa sababu watu hawa wamesema maneno haya, nitayafanya maneno yangu vinywani mwenu kuwa moto, na watu hawa wawe kuni zinazoliwa na huo moto.
15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।
Ee nyumba ya Israeli,” asema Bwana, “Ninaleta taifa toka mbali dhidi yako, taifa la kale na linaloendelea kudumu, taifa ambalo lugha yao huijui, wala msemo wao huwezi kuuelewa.
16 ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
Podo zao ni kama kaburi lililo wazi, wote ni mashujaa hodari wa vita.
17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
Watayaangamiza mazao yenu na chakula chenu, wataangamiza wana wenu na mabinti zenu; wataangamiza makundi yenu ya kondoo na ya ngʼombe, wataangamiza mizabibu yenu na mitini yenu. Kwa upanga wataangamiza miji yenye maboma mliyoitumainia.
18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
“Hata hivyo katika siku hizo, sitakuangamiza kabisa,” asema Bwana.
19 ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
“Nao watu watakapouliza, ‘Kwa nini Bwana, Mungu wetu ametufanyia mambo haya yote?’ utawaambia, ‘Kama vile mlivyoniacha mimi na kutumikia miungu migeni katika nchi yenu wenyewe, ndivyo sasa mtakavyowatumikia wageni katika nchi ambayo si yenu.’
20 ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
“Itangazie nyumba ya Yakobo hili na ulipigie mbiu katika Yuda:
21 “ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Sikieni hili, enyi watu wapumbavu, msio na akili, mlio na macho lakini hamwoni, mlio na masikio lakini hamsikii:
22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
Je, haiwapasi kuniogopa mimi?” asema Bwana. “Je, haiwapasi kutetemeka mbele zangu? Niliufanya mchanga kuwa mpaka wa bahari, kizuizi cha milele ambacho haiwezi kupita. Mawimbi yanaweza kuumuka, lakini hayawezi kuupita; yanaweza kunguruma, lakini hayawezi kuuvuka.
23 ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
Lakini watu hawa wana mioyo ya ukaidi na ya uasi, wamegeukia mbali na kwenda zao.
24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
Wao hawaambiani wenyewe, ‘Sisi na tumwogope Bwana Mungu wetu, anayetupatia mvua za masika na za vuli kwa majira yake, anayetuhakikishia majuma ya mavuno kwa utaratibu.’
25 ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
Matendo yenu mabaya yamezuia haya yote, dhambi zenu zimewazuia msipate mema.
26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
“Miongoni mwa watu wangu wamo walio waovu wanaovizia kama watu wanaotega ndege, na kama wale wanaoweka mitego kuwakamata watu.
27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
Kama vitundu vilivyojaa ndege, nyumba zao zimejaa udanganyifu; wamekuwa matajiri na wenye nguvu,
28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
wamenenepa na kunawiri. Matendo yao maovu hayana kikomo; hawatetei mashauri ya yatima wapate kushinda, hawatetei haki za maskini.
29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
Je, nisiwaadhibu kwa ajili ya hili?” asema Bwana. “Je, nisijilipizie kisasi juu ya taifa kama hili?
30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
“Jambo la kutisha na kushtusha limetokea katika nchi hii:
31 ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?
Manabii wanatabiri uongo, makuhani wanatawala kwa mamlaka yao wenyewe, nao watu wangu wanapenda hivyo. Lakini mtafanya nini mwisho wake?

< ଯିରିମୀୟ 5 >