< ଯିରିମୀୟ 50 >

1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
Uthenga umene Yehova anayankhula ndi mneneri Yeremiya wonena za mzinda wa Babuloni ndi anthu ake ndi uwu:
2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।
“Lengeza ndi kulalika pakati pa anthu a mitundu ina, kweza mbendera ndipo ulengeze; usabise kanthu, koma uwawuze kuti, ‘Babuloni wagwa; mulungu wawo Beli wachititsidwa manyazi, nayenso Mariduku wagwidwa ndi mantha. Milungu yake yagwidwa ndi mantha ndipo mafano ake adzagwidwa ndi mantha.’
3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।
Mtundu wa anthu wochokera kumpoto wadzathira nkhondo Babuloni ndi kusandutsa bwinja dziko lake. Kumeneko sikudzakhalanso munthu kapena nyama.
4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
“Masiku amenewo, nthawi imeneyo,” akutero Yehova, “anthu a ku Israeli ndi anthu a ku Yuda onse pamodzi adzabwera akulira. Adzafunitsitsa kuchita zimene Yehova Mulungu wawo akufuna.
5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
Adzafunsa njira ya ku Ziyoni ndi kuyamba ulendo wopita kumeneko. Iwo adzadzipereka kwa Yehova pochita naye pangano lamuyaya limene silidzayiwalika.
6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।
“Anthu anga ali ngati nkhosa zotayika; abusa awo anawasocheretsa mʼmapiri. Iwo anayendayenda mʼmapiri ndi mʼzitunda mpaka kuyiwala kwawo.
7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’
Aliyense amene anawapeza anawawononga; adani awo anati, ‘Ife si olakwa, chifukwa iwo anachimwira Yehova, amene ali mpumulo wawo weniweni ndi amene makolo awo anamukhulupirira.’
8 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।
“Thawaniko ku Babuloni; chokani mʼdziko la Ababuloni. Muyambe inu kutuluka ngati atonde amene amatsogolera ziweto.
9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
Taonani, ndidzaukitsa gulu lankhondo lamphamvu la mitundu ina ndi kubwera nalo kuchokera kumpoto kudzamenyana ndi Babuloni. Iwo adzandandalika ankhondo awo ndi kugonjetsa Babuloni. Mivi yawo ili ngati ya ankhondo aluso, yosapita padera.
10 ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
Motero Ababuloni adzafunkhidwa; ndipo onse omufunkha adzakhuta,” akutero Yehova.
11 ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
“Inu Ababuloni, munawononga anthu anga osankhika. Ndiye pano mukukondwa, mukusangalala. Mukulumphalumpha mokondwa ngati mwana wangʼombe wopuntha tirigu ndiponso mukulira monyada ngati ngʼombe zazimuna.
12 ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।
Koma mzinda wanu udzachititsidwa manyazi kwambiri. Mzinda umene uli ngati mayi wanu udzanyazitsidwa. Babuloni adzasanduka chitsirizira cha anthu onse. Mzinda wawo udzakhala ngati thengo, ngati dziko lowuma lachipululu.
13 ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।
Chifukwa cha mkwiyo wa Yehova Babuloni adzakhala wopanda anthu ndipo adzakhala chipululu chokhachokha. Onse odutsa kumeneko adzachita mantha ndipo azidzangotsonya chifukwa cha chiwonongeko chake chachikulu.
14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
“Inu okoka uta, konzekani kuti muthire nkhondo mzinda wa Babuloni mbali zonse. Muponyereni mivi yanu yonse chifukwa anachimwira Yehova.
15 ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Mufuwulireni mbali zonse pakuti wagonja. Nsanja zake zagwa. Malinga ake agwetsedwa. Kumeneku ndiko kulipsira kwa Yehova. Mulipsireni, mumuchite zomwe iye anachitira anthu ena.
16 ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।
Chotsani ku Babuloni munthu wofesa mbewu aliyense, ndiponso wodula tirigu ndi chikwakwa chake pa nthawi yokolola. Poona lupanga la ozunza anzawo, aliyense adzabwerera kwa anthu ake; adzathawira ku dziko la kwawo.
17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
“Aisraeli ali ngati nkhosa zomwe zabalalika pothamangitsidwa ndi mikango. Mfumu ya ku Asiriya ndiye inayamba kuwapha Aisraeliwo. Wotsiriza anali Nebukadinezara mfumu ya ku Babuloni amene anachita ngati kuphwanya mafupa ake.”
18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।
Nʼchifukwa chake Yehova Wamphamvuzonse, Mulungu wa Israeli akuti, “Ndidzalanga mfumu ya ku Babuloni pamodzi ndi dziko lake monga momwe ndinalangira mfumu ya ku Asiriya.
19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।
Koma ndidzabwezera Israeli ku msipu wake ndipo adzadya mʼminda ya ku Karimeli ndi Basani; adzadya nakhuta ku mapiri a ku Efereimu ndi Giliyadi.
20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।
Masiku amenewo, nthawi imeneyo,” akutero Yehova, “anthu adzafunafuna zolakwa za Israeli koma sadzapeza nʼchimodzi chomwe, ndipo adzafufuza machimo a Yuda, koma sadzapeza ndi limodzi lomwe, chifukwa otsala amene ndawasiya ndidzawakhululukira.
21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।
“Lithireni nkhondo dziko la Merataimu ndi anthu okhala ku Pekodi. Muwaphe ndi lupanga ndi kuwawonongeratu,” akutero Yehova. “Chitani zonse monga momwe ndakulamulani.
22 ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।
Mʼdziko muli phokoso la nkhondo, phokoso la chiwonongeko chachikulu!
23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!
Taonani mʼmene waphwanyikira ndi kuwonongekera uja amati ndi nyundo ya dziko lonse lapansi. Mzinda wa Babuloni wasanduka chinthu chochititsa mantha pakati pa mitundu ina!
24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।
Ndinakutchera msampha, iwe Babuloni, ndipo wakodwamo iwe wosazindikira kanthu; unapezeka ndiponso unakodwa chifukwa unalimbana ndi Yehova.
25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।
Yehova watsekula nyumba ya zida zake ndipo watulutsa zida za ukali wake, pakuti Ambuye Yehova Wamphamvuzonse ali ndi ntchito yoti agwire mʼdziko la Ababuloni.
26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।
Mumenyane naye Babuloni mbali zonse. Anthu ake muwawunjike ngati milu ya tirigu. Muwawononge kotheratu ndipo pasakhale wopulumuka ndi mmodzi yemwe.
27 ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।
Iphani ankhondo ake onse. Onse aphedwe ndithu. Tsoka lawagwera pakuti tsiku lawo lachilango lafika.
28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Tikumva anthu othawa nkhondo ochokera ku Babuloni akulengeza mu Yerusalemu za kulipsira kwa Yehova Mulungu wathu. Iye akulipsira chifukwa chowononga Nyumba yake.
29 ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
“Itanani anthu oponya mivi kudzathira nkhondo Babuloni. Muyitanenso onse amene amakoka mauta. Mangani misasa ya nkhondo momuzungulira; musalole munthu aliyense kuthawa. Muchiteni monga momwe iye anachitira anthu ena. Iyeyu ananyoza Yehova, Woyera wa Israeli.
30 ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।
Nʼchifukwa chake, anyamata ake adzaphedwa mʼmabwalo ake; ankhondo ake onse adzaphedwa tsiku limenelo,” akutero Yehova.
31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
“Taona, ndikukuthira nkhondo, iwe wodzikuzawe,” akutero Ambuye Yehova Wamphamvuzonse, “chifukwa tsiku lako lafika, nthawi yoti ndikulange yakwana.
32 ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।
Wodzikuzawe udzapunthwa nʼkugwa ndipo palibe amene adzakudzutse; ndidzayatsa moto mʼmizinda yake umene udzanyeketsa onse amene amuzungulira.”
33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;
Yehova Wamphamvuzonse akuti, “Anthu a ku Israeli akuzunzidwa, pamodzi ndi anthu a ku Yuda, ndipo onse amene anawagwira ukapolo awagwiritsitsa, akukana kuwamasula.
34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।
Koma Mpulumutsi wawo ndi wamphamvu; dzina lake ndi Yehova Wamphamvuzonse. Iye adzawateteza molimba pa mlandu wawo nʼcholinga choti abweretse mtendere mʼdziko lawo, koma adzavutitsa okhala ku Babuloni.”
35 ସଦାପ୍ରଭୁ କହନ୍ତି, କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
Yehova akuti, “Imfa yalunjika pa Ababuloni, pa akuluakulu ake ndi pa anthu ake a nzeru!
36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Imfa yalunjika pa aneneri abodza kuti asanduke zitsiru. Imfa yalunjika pa ankhondo ake kuti agwidwe ndi mantha aakulu.
37 ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।
Imfa ilunjike pa akavalo ake ndi magaleta ake. Ilunjikanso pa magulu ankhondo achilendo amene ali pakati pawo kuti asanduke ngati akazi. Chiwonongeko chilunjikenso pa chuma chake kuti chidzafunkhidwe.
38 ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।
Chilala chilunjike pa madzi ake kuti aphwe. Babuloni ndi dziko la mafano, ndipo anthu afika poyaluka nawo mafanowo.
39 ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ।
“Nʼchifukwa chake nyama zakuthengo ndi afisi zidzakhala kumeneko ndipo kudzakhalanso akadzidzi. Kumeneko sikudzapezekako anthu, ndithu anthu sadzakhalako pa mibado yonse.
40 ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Monga momwe Mulungu anawonongera Sodomu ndi Gomora pamodzi ndi mizinda yonse yozungulira,” akutero Yehova, “momwemonso palibe amene adzakhale kumeneko; anthu sadzayendanso mʼmenemo.
41 ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।
“Taonani! Gulu lankhondo likubwera kuchokera kumpoto; mtundu wa anthu amphamvu pamodzi ndi mafumu ambiri, wanyamuka kuchokera kumathero a dziko lapansi.
42 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।
Atenga mauta ndi mikondo; ndi anthu ankhanza ndipo alibe chifundo. Phokoso lawo likumveka ngati mkokomo wa nyanja. Akwera pa akavalo awo, ndipo akonzekera kudzakuthira nkhondo iwe Babuloni.
43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
Mfumu ya ku Babuloni yamva za mbiri yawo, ndipo yalobodokeratu. Ikuda nkhawa, ikumva ululu ngati wa mayi pa nthawi yake yochira.
44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
Taonani, monga mkango wochokera ku nkhalango ya ku Yorodani kupita ku msipu wobiriwira, momwemonso ine ndidzapirikitsa Babuloni mʼdziko lake mwadzidzidzi. Pambuyo pake ndidzawayikira wowalamulira amene ndamufuna Ine. Wofanana nane ndani ndipo ndani amene angalimbane nane? Ndi mtsogoleri wa dziko uti amene anganditengere ku bwalo la milandu?”
45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Nʼchifukwa chake imvani. Izi ndi zimene Ine Yehova ndakonza zolangira anthu a ku Babuloni. Ngakhale ana omwe adzatengedwa ukapolo ndipo aliyense adzachita mantha chifukwa cha iwo.
46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Akadzagwa Babuloni padzakhala mfuwu waukulu ndipo dziko lapansi lidzanjenjemera, ndipo kulira kwawo kudzamveka pakati pa mitundu yonse ya anthu.

< ଯିରିମୀୟ 50 >