< ଯିରିମୀୟ 50 >

1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
RAB'bin Babil ve Kildan ülkesine ilişkin Peygamber Yeremya aracılığıyla bildirdiği söz şudur:
2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।
“Uluslara duyurun, haberi bildirin! Sancak dikip duyurun, hiçbir şey gizlemeyin! ‘Babil ele geçirilecek’ deyin, ‘İlahı Bel utandırılacak, İlahı Marduk paramparça olacak. Putları utandırılacak, İlahları paramparça olacak.’
3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।
Çünkü kuzeyden gelen bir ulus ona saldıracak, Ülkesini viran edecek. Orada kimse yaşamayacak, İnsan da hayvan da kaçıp gidecek.
4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
O günlerde, o zamanda” diyor RAB, “İsrail halkıyla Yahuda halkı birlikte gelecek; Tanrıları RAB'bi aramak için Ağlaya ağlaya gelecekler.
5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
Yüzleri Siyon'a dönük, Oraya giden yolu soracak, Kalıcı, unutulmaz bir antlaşmayla RAB'be bağlanmak için gelecekler.
6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।
“Halkım yitik koyunlardır, Çobanları onları baştan çıkardı. Dağlarda başıboş dolandırdılar onları, Dağ, tepe avare dolaştılar, Kendi ağıllarını unuttular.
7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’
Kim bulduysa yedi onları. Düşmanları, ‘Biz suçlu değiliz’ dediler, ‘Çünkü onlar gerçek otlakları olan RAB'be, Atalarının umudu RAB'be karşı günah işlediler.’
8 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।
“Babil'den kaçıp kurtulun! Kildan ülkesini terk edin, Sürüye yön veren teke gibi olun!
9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
Çünkü birbiriyle anlaşmış büyük ulusları Kuzeydeki topraklardan kışkırtıp Babil'in karşısına çıkaracağım. Babil'le savaşmak üzere karşısına dizilecek, Onu kuzeyden ele geçirecekler. Okları usta savaşçı oku gibidir, Hiçbiri boş dönmeyecek.
10 ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
Kildan ülkesi yağmaya uğrayacak, Onu yağmalayanlar mala doyacak” diyor RAB.
11 ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
“Ey mirasımı yağmalayan sizler! Madem sevinip coşuyorsunuz, Harman döven düve gibi sıçrıyor, Aygır gibi kişniyorsunuz;
12 ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।
Anneniz büyük utanca boğulacak, Sizi doğuranın yüzü kızaracak. Ulusların en önemsizi, Kurak, bozkır, çöl olacak.
13 ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।
RAB'bin öfkesi yüzünden kimse yaşamayacak orada, Büsbütün ıssız kalacak. Her geçen, Babil'in aldığı yaraları görünce şaşacak, Hayrete düşecek.
14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
Babil'in çevresinde savaşmak üzere dizilin, Ey bütün yay çekenler! Oklarla saldırın ona, oklarınızı esirgemeyin! Çünkü o RAB'be karşı günah işledi.
15 ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Her yandan ona karşı savaş narası yükseltin! Teslim oldu, kuleleri düştü, Surları yerle bir oldu. Çünkü RAB'bin öcüdür bu. Ondan öç alın. Yaptığının aynısını yapın ona.
16 ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।
Ekin ekeni biçim vakti orakçıyla birlikte Babil'den atın. Zorbanın kılıcı yüzünden Herkes halkına dönsün, Ülkesine kaçsın.”
17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
“İsrail aslanların kovaladığı Dağılmış bir sürüdür. Önce Asur Kralı yedi onu. Sonra Babil Kralı Nebukadnessar kemiklerini ezdi.”
18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।
Bu yüzden İsrail'in Tanrısı, Her Şeye Egemen RAB diyor ki, “Asur Kralı'nı nasıl cezalandırdıysam, Babil Kralı'yla ülkesini de öyle cezalandıracağım.
19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।
İsrail'i yeniden otlağına kavuşturacağım, Karmel'de, Başan'da otlayacak; Efrayim ve Gilat dağlık bölgelerinde İstediği kadar yiyip doyacak.
20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।
O günlerde, o zamanda” diyor RAB, “İsrail'in suçu araştırılacak Ama bulunamayacak; Yahuda'nın günahları da araştırılacak Ama bulunamayacak. Çünkü sağ bıraktıklarımı bağışlayacağım.”
21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।
“Meratayim ülkesine, Pekot'ta yaşayanlara saldır. Onları öldür, tümüyle yok et” diyor RAB, “Sana ne buyurduysam hepsini yap.
22 ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।
Ülkede savaş, büyük yıkım Gürültüsü duyuluyor.
23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!
Dünyanın balyozu Nasıl da kırılıp paramparça oldu! Babil uluslar arasında nasıl dehşet oldu!
24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।
Senin için tuzak kurdum, ey Babil, Bilmeden tuzağıma düştün. Bulunup yakalandın, Çünkü RAB'be karşı çıktın.
25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।
RAB silahhanesini açtı, Öfkesinin silahlarını çıkardı. Rab'bin, Her Şeye Egemen RAB'bin Kildan ülkesinde yapacağı iş var.
26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।
Uzaktan ona saldırın. Ambarlarını açın, Mallarını tahıl gibi küme küme yığın. Tamamen yok edin onu, Geriye hiçbir şey kalmasın.
27 ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।
Genç boğalarını öldürün, Kesime gitsinler! Vay başlarına! Çünkü onların günü, Cezalandırılma zamanı geldi.
28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Dinleyin! Tanrımız RAB'bin öç aldığını, Tapınağının öcünü aldığını Babil'den kaçıp kurtulanlar Siyon'da duyuruyorlar.
29 ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
“Okçuları, yay gerenlerin hepsini çağırın Babil'e karşı, Çevresini kuşatın, kaçıp kurtulan olmasın. Yaptıklarına göre karşılık verin ona, Yaptıklarının aynısını yapın. Çünkü RAB'be, İsrail'in Kutsalı'na Küstahlık etti.
30 ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।
Bu yüzden gençleri meydanlarda düşecek, Bütün savaşçıları susturulacak o gün” diyor RAB.
31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
“İşte, sana karşıyım, ey küstah!” Diyor Rab, Her Şeye Egemen RAB. “Çünkü senin günün, Seni cezalandıracağım zaman geldi.
32 ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।
Küstah tökezleyip düşecek, Onu kaldıran olmayacak. Kentlerini ateşe vereceğim, Bütün çevresini yakıp yok edecek.”
33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;
Her Şeye Egemen RAB şöyle diyor: “İsrail halkı da Yahuda halkı da Eziyet çekiyor. Onları tutsak edenler sıkı tutmuş, Salıvermek istemiyorlar.
34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।
Ama onların Kurtarıcısı güçlüdür, O'nun adı Her Şeye Egemen RAB'dir. Onların ülkesine huzur, Babil'de yaşayanlaraysa kargaşalık getirmek için Davalarını hararetle savunacak.
35 ସଦାପ୍ରଭୁ କହନ୍ତି, କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
“Kildaniler'e karşı kılıç!” diyor RAB, “Babil'de yaşayanlara, Babil önderlerine, Bilgelerine karşı kılıç!
36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Sahte peygamberlere karşı kılıç! Aptallıkları ortaya çıkacak. Yiğitlerine karşı kılıç! Şaşkına dönecek onlar.
37 ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।
Atlarına, savaş arabalarına Aralarındaki yabancılara karşı kılıç! Hepsi kadın gibi ürkek olacak. Hazinelerine karşı kılıç! Yağma edilecek onlar.
38 ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।
Sularına kuraklık! Kuruyacak sular. Çünkü Babil putlar ülkesidir, Korkunç putlar yüzünden halkı çıldırmış.
39 ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ।
“Bu yüzden yabanıl hayvanlar, çakallar, Baykuşlar yaşayacak orada, Artık insan yaşamayacak, Kuşaklar boyu kimse oturmayacak.
40 ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Sodom'la Gomora'yı ve çevredeki köyleri Nasıl yerle bir ettimse” diyor RAB, “Orada da kimse oturmayacak, İnsan oraya yerleşmeyecek.
41 ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।
İşte kuzeyden bir ordu geliyor. Dünyanın uçlarından Büyük bir ulus Ve birçok kral harekete geçiyor.
42 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।
Yay, pala kuşanmışlar, Gaddar ve acımasızlar. Atlara binmiş gelirken, Kükreyen denizi andırıyor sesleri. Savaşa hazır savaşçılar Karşına dizilecekler, ey Babil kızı!
43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
Babil Kralı onların haberini aldı, Ellerinde derman kalmadı. Doğuran kadın gibi Üzüntü, sancı sardı onu.
44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
Şeria çalılıklarından Sulak otlağa çıkan aslan gibi Kildaniler'i bir anda yurdundan kovacağım. Seçeceğim kişiyi oraya yönetici atayacağım. Var mı benim gibisi? Var mı bana dava açacak biri, Bana karşı duracak çoban?”
45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Bu yüzden RAB'bin Babil'e karşı ne tasarladığını, Kildan ülkesine karşı ne amaçladığını işitin: “Sürünün küçükleri bile sürülecek, Halkı yüzünden otlakları çöle dönüştürülecek.
46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
‘Babil düştü’ sesiyle yeryüzü titreyecek, Çığlığı uluslar arasında duyulacak.”

< ଯିରିମୀୟ 50 >