< ଯିରିମୀୟ 51 >
1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
Yehova akuti, “Taonani, ndidzadzutsa mphepo yowononga kuti iwononge Babuloni pamodzi ndi anthu a ku Lebi Kamai.
2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
Ndidzatuma alendo ku Babuloni kudzamupeta ndi kuwononga dziko lake kotheratu. Iwo adzalimbana naye ku mbali zonse pa tsiku la masautso ake.
3 ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
Okoka uta musawalekerere kapena wonyadira chovala chawo chankhondo. Musawasiye anyamata ake kuti akhale ndi moyo; koma muwononge ankhondo ake kotheratu.
4 ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।
Adzavulazidwa ndi kufera mʼdziko la Babuloni lomwelo ndi mʼmisewu yawo yomwe.
5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।
Pakuti Yuda ndi Israeli sanasiyidwe ngati amasiye ndi Mulungu wawo, Yehova Wamphamvuzonse, koma ngakhale dziko la Babuloni ndi lodzaza ndi machimo pamaso pa Woyerayo wa Israeli.
6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
“Thawaniko ku Babuloni! Aliyense apulumutse moyo wake! Musawonongeke naye pamodzi chifukwa cha machimo ake. Imeneyi ndi nthawi yoti Yehova amulange; Yehova adzamulipsira.
7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
Babuloni anali ngati chikho cha golide mʼdzanja la Yehova; kuti aledzeretse dziko lonse lapansi. Mitundu yambiri ya anthu inamwa vinyo wake; nʼchifukwa chake tsopano inachita misala.
8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Babuloni wagwa mwadzidzidzi ndi kusweka. Mulireni! Mfunireni mankhwala opha ululu wake; mwina iye nʼkuchira.”
9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
Ena anati, “‘Ife tinayesa kumupatsa mankhwala Babuloni, koma sanachire; tiyeni timusiye ndipo aliyense apite ku dziko la kwawo, pakuti mlandu wake wafika mpaka mlengalenga, wafika mpaka kumwamba.’
10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।
“‘Yehova waonetsa poyera kuti ndife osalakwa; tiyeni tilengeze mu Ziyoni zimene Yehova Mulungu wathu wachita.’
11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
“Yehova wadzutsa mitima ya mafumu a Amedi, popeza cholinga chake ndi kuwononga Babuloni. Motero adzalipsira Ababuloni chifukwa chowononga Nyumba yake. Ndiye Yehova akuti, ‘Nolani mivi, tengani zishango.’
12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।
Kwezani mbendera yankhondo kuti muwononge malinga a Babuloni! Limbitsani oteteza, ikani alonda pa malo awo, konzekerani kulalira. Pakuti Yehova watsimikiza ndipo adzachitadi zomwe ananena za anthu a ku Babuloni.
13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
Inu muli ndi mitsinje yambiri ndi chuma chambiri. Koma chimaliziro chanu chafika, moyo wanu watha.
14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।
Yehova Wamphamvuzonse analumbira pali Iye mwini kuti: Ndidzakutumizira adani ochuluka ngati dzombe, kuti adzakuthire nkhondo ndipo adzafuwula kuonetsa kuti apambana.
15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
“Yehova analenga dziko lapansi ndi mphamvu zake; Iye anapanga dziko lonse ndi nzeru zake ndipo anayala thambo mwaluso lake.
16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Iye akayankhula, kumamveka mkokomo wamadzi akumwamba. Iyeyo amabweretsa mitambo kuchokera ku malekezero a dziko lapansi. Amabweretsa mphenzi pamodzi ndi mvula ndi kutulutsa mphepo yamkuntho kumalo kumene amasungira.
17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
“Anthu onse ndi opusa ndiponso opanda nzeru; mmisiri aliyense wosula golide akuchita manyazi ndi mafano ake. Mafano akewo ndi abodza; alibe moyo mʼkati mwawo.
18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
Mafanowo ndi achabechabe, zinthu zosekedwa nazo. Pamene anthuwo azidzaweruzidwa mafanowo adzawonongedwa.
19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Koma Yehova amene ndi Cholowa cha Yakobo sali ngati mafanowo. Iyeyu ndi Mlengi wa zinthu zonse, kuphatikizapo mtundu umene anawusankha kuti ukhale anthu ake. Dzina lake ndi Yehova Wamphamvuzonse.
20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
“Iwe Babuloni ndi ndodo yanga, chida changa chankhondo. Ndi iwe ndimaphwanya mitundu ya anthu, ndi iwe ndimawononga maufumu,
21 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
ndi iwe ndimaphwanya kavalo ndi wokwerapo, ndi iwe ndimaphwanya galeta ndi woyendetsa wake.
22 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
Ndi iwe ndimaphwanya mwamuna ndi mkazi, ndi iwe ndimaphwanya nkhalamba ndi wachinyamata, ndi iwe ndimaphwanya mnyamata ndi namwali.
23 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
Ndi iwe ndimaphwanya mʼbusa ndi ziweto, ndi iwe ndimaphwanya mlimi ndi ngʼombe, ndi iwe ndimaphwanya abwanamkubwa ndi atsogoleri a ankhondo.
24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।
“Inu mukuona ndidzalanga Babuloni ndi onse amene amakhala mʼdziko la Babuloni chifukwa cha zolakwa zonse anachita ku Ziyoni,” akutero Yehova.
25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
“Taonani, ndikukuzenga mlandu, iwe phiri lowononga, amene umawononga dziko lonse lapansi,” akutero Yehova. “Ndidzatambalitsa dzanja langa pofuna kukulanga, kukugubuduzira pansi kuchokera pa matanthwe ako, ndi kukusandutsa kukhala phiri lopserera.
26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।
Palibe ngakhale ndi mwala wako umodzi umene anthu adzawutenga kuti awugwiritse ntchito kumangira nyumba, chifukwa iwe udzakhala chipululu mpaka muyaya,” akutero Yehova.
27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
“Kwezani mbendera ya nkhondo mʼdziko! Lizani lipenga pakati pa mitundu ya anthu! Konzekeretsani mitundu ya anthu kuti ikamuthire nkhondo; itanani maufumu awa: Ararati, Mini ndi Asikenazi kuti adzamuthire nkhondo. Ikani mtsogoleri wankhondo kuti amenyane naye; tumizani akavalo ochuluka ngati magulu a dzombe.
28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
Konzekeretsani mitundu ya anthu. Amenewa ndiwo mafumu a Amedi, abwanamkubwa awo, atsogoleri a ankhondo, ndiponso ankhondo a mayiko amene amawalamulira, kuti idzathire nkhondo Babuloni.
29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
Dziko likunjenjemera ndi kunthunthumira, chifukwa zidzachitikadi zimene Yehova wakonzera Babuloni; kusakaza dziko la Babuloni kuti musapezeke wokhalamo.
30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
Ankhondo a ku Babuloni aleka kuchita nkhondo; iwo angokhala mʼmalinga awo. Mphamvu zawo zatheratu; ndipo akhala ngati akazi. Malo ake wokhala atenthedwa; mipiringidzo ya zipata zake yathyoka.
31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Othamanga akungopezanapezana, amithenga akungotsatanatsatana kudzawuza mfumu ya ku Babuloni kuti alande mzinda wake wonse.
32 ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।
Madooko onse alandidwa, malo onse obisalamo alonda atenthedwa ndi moto, ndipo ankhondo onse asokonezeka.”
33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”
Yehova Wamphamvuzonse, Mulungu wa Israeli akuti, “Babuloni wokongola uja wakhala ngati malo opunthirapo tirigu pa nthawi yake yopuntha tirigu; A ku Yerusalemu akuti, Posachedwapa nthawi yake yomukolola ifika.”
34 “ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”
A ku Yerusalemu akuti, “Nebukadinezara mfumu ya ku Babuloni watiwononga, watiphwanya, ndi kutitaya ngati mbiya yopanda kanthu. Watimeza ngati ngʼona, wakhuta ndi zakudya zathu zokoma, kenaka nʼkutilavula.”
35 ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”
Anthu a ku Ziyoni anene kuti, “Zankhanza zimene anatichitira ife ziwabwerere Ababuloni.” Anthu okhala mu Yerusalemu anene kuti, “Magazi athu amene anakhetsedwa akhale pa amene akukhala ku Babuloni.”
36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
Nʼchifukwa chake Yehova akuti, “Taona, ndidzakumenyera nkhondo ndi kukulipsirira; ndidzawumitsa nyanja yake ndipo akasupe ake adzaphwa.
37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Motero Babuloni adzasanduka mulu wa nyumba zogumuka, malo okhala nkhandwe, malo ochititsa mantha ndi onyozedwa, malo wopanda aliyense wokhalamo.
38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।
Anthu ake onse adzabangula ngati mkango, adzadzuma ngati ana amkango.
39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।
Ngati achita dyera ndiye ndidzawakonzera madyerero ndi kuwaledzeretsa, kotero kuti adzasangalala, kenaka nʼkugona tulo mpaka muyaya ndipo sadzadzukanso,” akutero Yehova.
40 ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।
“Ine ndidzawatenga kuti akaphedwe ngati ana ankhosa onenepa, ngati nkhosa zazimuna ndi mbuzi.
41 ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!
“Ndithu Babuloni walandidwa, mzinda umene dziko lonse lapansi limanyadira wagwidwa! Taonani, mmene Babuloni wasandukira chinthu chochititsa mantha pakati pa mitundu ya anthu!
42 ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।
Nyanja yakwera ndi kumiza Babuloni; mafunde ake okokoma aphimba Babuloni.
43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।
Mizinda yake yasanduka bwinja, dziko lowuma ndi lachipululu, dziko losakhalamo wina aliyense, dziko losayendamo munthu aliyense.
44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Ndidzalanga Beli mulungu wa Ababuloni, ndidzamusanzitsa zimene anameza. Mitundu ya anthu sidzapitanso kwa iye. Malinga a Babuloni agwa.
45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।
“Tulukani mʼBabuloni anthu anga! Pulumutsani miyoyo yanu! Thawani mkwiyo woopsa wa Yehova.
46 ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।
Musataye mtima kapena kuchita mantha pamene mphekesera zikumveka mʼdziko mwanu. Chaka ndi chaka pamabuka mphekesera za ziwawa mʼdziko lapansi, ndiponso yakuti mfumu yakuti ikuthira nkhondo mfumu ina.
47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Pakuti taonani, nthawi ikubwera ndithu pamene ndidzalanga mafano a ku Babuloni; dziko lake lonse lidzachita manyazi ndi ophedwa ake onse adzakhala ngundangunda pakati pake.
48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।
Pamenepo kumwamba ndi dziko lapansi ndi zonse zili mʼmenemo zidzayimba mokondwa chifukwa cha kugwa kwa Babuloni. Anthu owononga ochokera kumpoto adzamuthira nkhondo,” akutero Yehova.
49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।
“Babuloni anapha anthu ambiri pa dziko lapansi. Tsono, nawo anthu a ku Babuloni ayenera kuphedwa chifukwa anapha anthu a ku Yerusalemu.
50 ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।
Inu amene munapulumuka ku nkhondo ya Babuloni, chokani pano ndipo musazengereze! Kumbukirani Yehova ngakhale muli ku mayiko akutali, ganizirani za Yerusalemu.”
51 ‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’
Inu mukuti, “Tikuchita manyazi, chifukwa tanyozedwa ndipo nkhope zathu zili ndi manyazi, chifukwa anthu achilendo alowa malo opatulika a Nyumba ya Yehova.”
52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।
Nʼchifukwa chake Yehova akuti, “Masiku akubwera pamene ndidzalanga mafano ake, ndipo mʼdziko lake lonse anthu ovulala adzabuwula.
53 ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Ngakhale Babuloni atadzikweza mpaka mlengalenga ndi kulimbitsa nsanja zake, ndidzatuma anthu owononga kudzamenyana naye,” akutero Yehova.
54 ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!
“Imvani mfuwu wolira kuchokera ku Babuloni. Imvani phokoso lachiwonongeko chachikulu kuchokera mʼdziko la Babuloni.
55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
Pakuti Yehova akuwononga Babuloni, ndipo akuthetsa phokoso lake lalikulu. Mfuwu wa adani ukumveka ngati mkokomo wa madzi ambiri. Phokoso lawo likunka likwererakwerera.
56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
Pakuti wowononga wafika kudzamenyana ndi Babuloni, ankhondo ake agwidwa, ndipo mauta awo athyoka. Paja Yehova ndi Mulungu wobwezera chilango; adzabwezera kwathunthu.
57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Ndidzaledzeretsa akuluakulu ake pamodzi ndi anzeru ake, abwanamkubwa ake, atsogoleri a ankhondo pamodzinso ndi ankhondo; adzagona kwamuyaya osadzukanso,” akutero Mfumu, amene dzina lake ndi Yehova Wamphamvuzonse.
58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Yehova Wamphamvuzonse akuti, “Malinga aakulu a Babuloni adzasalazidwa ndipo zipata zake zazitali zidzatenthedwa; mitundu ya anthu inangogwira ntchito pachabe. Anthu anatopa ndi kumanga zimene tsopano zikupsa ndi moto.”
59 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।
Zedekiya mfumu ya Yuda inali ndi phungu wake wamkulu amene dzina lake linali Seraya mwana wa Neriya chidzukulu cha Maseya. Mʼchaka chachinayi cha ulamuliro wake, Zedekiya anapita ndi Seraya ku Babuloni. Tsono mneneri Yeremiya anamupatsirako uthenga Serayayo.
60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।
Yeremiya anali atalemba mʼbuku za masautso onse amene adzafike pa Babuloni ndi zina zonse zokhudza Babuloni.
61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
Yeremiya anawuza Seraya kuti, “Ukakafika ku Babuloni, ukaonetsetse kuti wawawerengera anthu onse mawu onsewa.
62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’
Ndipo ukanene kuti, ‘Inu Yehova, mwanena kuti mudzawononga malo ano, kotero kuti simudzatsala munthu kapena nyama mʼdziko muno; lidzakhala chipululu mpaka muyaya.’
63 ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
Ukakatha kuwerenga bukuli, ukalimangirire ku mwala ndipo ukaliponye pakati pa mtsinje wa Yufurate.
64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।
Ndipo ukanene kuti, ‘Umu ndi mmene adzamirire Babuloni ndipo sadzadzukanso chifukwa cha masautso amene adzamugwere.’” Mawu a Yeremiya athera pamenepa.