< ଯିରିମୀୟ 51 >
1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
Ovako govori Jahve: “Gle, ja podižem protiv Babilona i protiv pučanstva kaldejskog vjetar zatornički.
2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
Poslat ću na Babilon vijače da ga viju i prorešetaju zemlju njegovu. Kad ga sa svih strana opkole u kobni dan,
3 ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
nek' strijelac luka ne odlaže, nek' ne skida oklopa! Ne štedite mladića njihovih, svu mu vojsku kleto uništite!
4 ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।
Pobijeni će padati po zemlji kaldejskoj, probodeni po ulicama njegovim.”
5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।
Ne, Izrael - Judeja - nije udovica Boga svojega, Jahve nad Vojskama, iako je zemlja njihova puna krivice protiv Sveca Izraelova.
6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Bježite iz Babilona, nek' svak' spasi život svoj, da ne izginete s njegova bezakonja, jer ovo je vrijeme Jahvine odmazde, svakom plaća po zasluzi!
7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
Babilon bijaše pehar zlatni u ruci Jahvinoj, pehar koji opi svijet cijeli. Vinom tim se puci opiše, i zato se puci obezumiše.
8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Iznenada pade Babilon, razmrskan: zakukajte nad njim! Potražite balzama rani njegovoj: možda će ozdravit'!
9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
Liječili smo Babilon, al' se ne izliječi. Pustimo ga, vratimo se svaki u svoj kraj! Jer do neba dopire njegova osuda i diže se pod oblake.
10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।
Jahve je iznio pravdu našu! Hajde da Sionu objavimo djelo Jahve, Boga našega.
11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Naoštrite strelice, napunite tobolce! Jahve potače duh kraljeva medijskih jer naumi zatrti Babilon, Jahvina je to osveta, osveta za Hram njegov.
12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।
Razvijte stijeg, zidine babilonske! Pojačajte straže! Postavite stražare! Razmjestite zasjede! Jer Jahve što naumi to sad izvodi, kako je rekao protiv Babilona.
13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
O, ti što prebivaš na velikim vodama i bogat blagom svakojakim! Sad ti svršetak dođe, kraj tvojoj lakomosti.
14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।
Životom svojim zakle se Jahve nad Vojskama: “Napunit ću te ljudstvom kao skakavcima, zaorit će protiv tebe vika bojna.”
15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
On snagom svojom stvori zemlju, mudrošću svojom uspostavi krug zemaljski i umom svojim razape nebesa.
16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Kad mu glas zaori, huče vode na nebesima, oblake diže s kraja zemlje: stvara kiši munje, vjetar izvodi iz skrovišta njegovih.
17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Svakom čovjeku pamet stane, svaki se zlatar zastidi svoga kipa, jer svi su mu kipovi samo varka, nema u njima duha.
18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
Isprazni su oni, smiješne tvorevine, propast će u dan kazne.
19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
'Jakovljev dio' nije kao oni: jer on je sve stvorio, Izrael pleme je baštine njegove. Jahve nad Vojskama ime je njegovo.
20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Ti si mi bio malj, oružje ratno. Pomlatih tobom narode, razmrskah tobom kraljevstva.
21 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
Pomlatih tobom konja i konjanika, pomlatih tobom bojna kola i vozača.
22 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
Pomlatih tobom čovjeka i ženu, pomlatih tobom starca i dijete. Pomlatih tobom mladića i djevojku, pomlatih tobom pastira i stado.
23 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
Pomlatih tobom ratara i zapregu njegovu, pomlatih tobom namjesnike i upravljače.
24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।
Ali na vaše oči sada plaća Babilonu i svim Kaldejcima za sve zlo koje učiniše Sionu - riječ je Jahvina.
25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
“Evo me na te, Goro zatornice - riječ je Jahvina - zatornice svega svijeta! Zamahnut ću rukom protiv tebe, svalit ću te s litice, pretvorit ću te u goru spaljenu.
26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।
Iz tebe više neće klesati kamen ugaoni ni kamen temeljac, bit ćeš vječna pustinja” - riječ je Jahvina.
27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
Podignite stijeg u zemlji, zatrubite u rog među narodima! Pripremite na nj narode, sazovite na nj kraljevstva - Ararat, Mini, Aškenaz! Postavite protiv njega pozivnike, nek' nasrnu konji k'o dlakavi skakavci!
28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
Spremite na nj narode, kraljeve medijske, vojvode i namjesnike njihove i svu zemlju kojom vladaju.
29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
Zemlja će se tresti, drhtati, kad se stanu uspinjati k Babilonu svi naumi Jahvini da pretvori zemlju babilonsku u pustinju nenastanjenu.
30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
Nebojše babilonske odustaše od borbe, u utvrdama posjedaše, nesta sile njihove: postadoše kao žene. Spaljeni su domovi njihovi, polomljeni zasuni na vratima.
31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Teklič tekliča prestiže, glasnik juri za glasnikom, da jave kralju babilonskom da mu je grad sa svih strana zauzet,
32 ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।
prijelazi zaposjednuti, tvrđave ognjem popaljene, a ratnici prestrašeni.
33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”
Jer ovako govori Jahve, Bog Izraelov: “Kći je babilonska kao gumno u vrijeme kad se po njem gazi; još malo, i doći će joj vrijeme žetve.”
34 “ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”
Izjeo me, satro babilonski kralj, odgurnuo me kao prazan pladanj, k'o zmaj me on progutao, napunio trbušinu, iz mog me istjerao Edena.
35 ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”
“Nasilje i patnje moje na Babilon!” govore stanovnici Siona. “Krv moja na Kaldejce!” govori Jeruzalem.
36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
Zato ovako govori Jahve: “Gle, ja ću braniti parnicu tvoju i krvavo te osvetiti. Sasušit ću more njegovo i presahnut ću izvore njegove.
37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Babilon će biti hrpa ruševina, brlog čagljima, užas i ruglo, kraj nenastanjen.
38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।
Svi zajedno riču k'o lavovi, zavijaju kao lavići.
39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।
Kad se ugriju, priredit će im pijanku, napojiti ih da se provesele, da zaspe vječnim snom, da se više ne probude - riječ je Jahvina.
40 ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।
Odvest ću ih k'o janjce na klanje, kao jarce i ovnove.”
41 ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!
“Kako li je zauzet, kako osvojen taj ponos zemlje sve? Kako li Babilon posta strašilo narodima?
42 ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।
Uzdiglo se more protiv Babilona, prekrilo ga valovlje njegovo.
43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।
Gradovi mu pustoš postali, zemlja suha, pustara: čovjek u njoj ne stanuje, niti njom prolazi sin čovječji.”
44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
“Kaznit ću Bela babilonskog, iz ralja mu otet što je progutao. Neće više k njemu hrliti narodi, srušit će se babilonske zidine.
45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।
Izađi iz njega, narode moj! Nek' svaki spasi život svoj od jarosnoga gnjeva Jahvina!
46 ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।
Neka vam srce ne klone! Ne bojte se glasÄa što se zemljom šire, jedne godine ovakvi, druge onakvi, i što u zemlji vlada nasilje, te silnik za silnikom ustaje.
47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Jer evo dolaze dani kada ću kazniti kipove babilonske, i sva će mu se zemlja postidjeti, i svi će mu pobijeni ležat' posred grada.
48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।
Tada će nad Babilonom klicati nebo i zemlja i sve što je na njima, jer će sa sjevera navaliti na grad, zatornici njegovi - riječ je Jahvina!
49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।
I Babilon mora pasti za pobijene Izraelce, kao što su za Babilon padali pobijeni po svem svijetu.
50 ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।
Vi što umakoste maču, idite, ne ostajte ovdje. Spominjite se Jahve u zemlji dalekoj, i neka vam Jeruzalem bude na srcu:
51 ‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’
'Stidjeli smo se slušajuć' sramotu, rumenilo nam prekrilo lice kad ono tuđinci nahrupiše u Svetište Doma Jahvina.'
52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।
Zato, evo, dolaze dani - riječ je Jahvina - kad ću kazniti kipove njegove i po svoj će mu zemlji stenjat' ranjenici.
53 ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Da se Babilon popne do neba, da se utvrdi na visu nedostupnu, na moju će zapovijed na nj navalit' pustošnici” - riječ je Jahvina.
54 ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!
Čujte vapaj iz Babilona, i strašan poraz iz zemlje kaldejske!
55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
Jer sam Jahve pustoši Babilon, on stišava strašnu buku njegovu: bučili su vali njegovi k'o vode velike, razlijegala se huka njihova.
56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
Jest, pustošnik dođe na Babilon, uhvaćeni su ratnici njegovi, lukovi im polomljeni. Zaista, Jahve je Bog osvetnik koji plaća po zasluzi!
57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
“Opojit ću mu knezove i mudrace, vojvode, namjesnike i ratnike: da zaspe vječnim snom pa se više ne probude” - govori Kralj, ime mu je Jahve nad Vojskama.
58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Ovako govori Jahve nad Vojskama: “Široke zidine babilonske bit će do temelja razvaljene, a visoka trava njegova bit će ognjem spaljena. Narodi se zalud trudili, puci se za oganj mučili!”
59 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।
Evo zapovijedi što je prorok Jeremija dade Seraji, sinu Mahsejina sina Nerije, kad je Seraja krenuo u Babilon sa Sidkijom, kraljem judejskim, četvrte godine njegova vladanja. Seraja bijaše veliki komornik.
60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।
Jeremija je u jednu knjigu bio zapisao svu nesreću koja je morala doći na Babilon - sva ona proroštva napisana protiv Babilona.
61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
Jeremija reče Seraji: “Kad dođeš u Babilon, išti prigodu da obznaniš sve ove riječi.
62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’
I reci: 'Jahve, ti sam reče da ćeš zatrti ovo mjesto te u njemu ničega više neće biti, ni čovjeka ni živinčeta, nego će postati vječna pustinja.'
63 ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
Kad pročitaš ovu knjigu, zaveži je za kamen i baci uEufrat.
64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।
I reci: 'Ovako će potonuti Babilon i neće se više podići iz nesreće koju ću na nj svaliti.'” To su riječi Jeremijine.