< ଯିରିମୀୟ 52 >
1 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
Sidkiji je bila dvadeset i jedna godina kad se zakraljio, a kraljevao je jedanaest godina u Jeruzalemu. Materi mu bijaše ime Hamitala, kćerka Jeremije, i bila je iz Libne.
2 ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
Činio je što je zlo u očima Jahvinim, sve kao što je činio Jojakin.
3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
To je zadesilo Jeruzalem zbog gnjeva Jahvina; Jahve ih napokon i odbaci ispred lica svoga. Sidkija se pobunio protiv babilonskog kralja.
4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Devete godine njegova kraljevanja, desetoga dana desetoga mjeseca, krenu sam babilonski kralj Nabukodonozor sa svom svojom vojskom na Jeruzalem. Utabori se pred gradom i opasa ga opkopom.
5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
Grad osta opkoljen sve do jedanaeste godine Sidkijina kraljevanja.
6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
Devetoga dana četvrtoga mjeseca, kad je u gradu zavladala takva glad da priprosti puk nije imao ni kruha,
7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
neprijatelj provali u grad. Tada kralj i svi ratnici pobjegoše noću kroz vrata između dva zida nad Kraljevskim vrtom - Kaldejci bijahu opkolili grad - i krenuše putem prema Arabi.
8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
Kaldejske čete nagnuše za njim u potjeru i sustigoše Sidkiju na Jerihonskim poljanama, a sva se njegova vojska razbježala.
9 ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
I Kaldejci uhvatiše kralja i odvedoše ga u Riblu, u zemlji hamatskoj, pred kralja babilonskog, koji mu izreče presudu.
10 ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
Pokla Sidkijine sinove pred njegovim očima, pobi u Ribli sve Judine knezove;
11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
Sidkiji iskopa oči i okova ga verigama i odvede u Babilon, gdje ga je držao u tamnici sve do smrti njegove.
12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
Desetoga dana petoga mjeseca - devetnaeste godine kraljevanja Nabukodonozora, kralja babilonskog - uđe u Jeruzalem Nebuzaradan, zapovjednik tjelesne straže.
13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
On zapali Dom Jahvin, kraljevski dvor i sve kuće u Jeruzalemu, osobito kuće uglednika;
14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
kaldejske čete, pod zapovjednikom tjelesne straže, razoriše zidine oko Jeruzalema.
15 ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
Nebuzaradan, zapovjednik tjelesne straže, odvede u sužanjstvo ostatak naroda koji bijaše ostao u gradu, a tako i prebjege babilonskom kralju i ostalu svjetinu.
16 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
Neke od malih ljudi Nebuzaradan ostavi u zemlji kao vinogradare i ratare.
17 ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
Kaldejci razbiše tučane stupove u Domu Jahvinu, podnožja i mjedeno more u Domu Jahvinu, i tuč odniješe u Babilon.
18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
Uzeše i lonce, lopate, noževe, posudice i uopće sav tučani pribor koji se upotrebljavao za bogoslužja.
19 ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
Zapovjednik uze i umivaonice, kadionice, škropionice, lonce, svijećnjake, zdjele, žrtvene pehare, uopće sve što bijaše od zlata i srebra,
20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
dva stupa, jedno more i dvanaest tučanih volova pod morem, podnožja što je kralj Salomon dao izraditi za Dom Jahvin. Nije moguće procijeniti koliko je tuča bilo u svim tim predmetima.
21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।
Prvi stup bijaše visok osamnaest lakata - obuhvatiti ga je mogao konop od dvanaest lakata - bijaše četiri prsta debeo, a šupalj.
22 ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
Imao je glavicu od tuča, visoku pet lakata; i obvijaše je oplet i mogranji, a sve od tuča. Takav je bio i drugi stup.
23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
A devedeset i šest šipaka slobodno je visjelo. Sve u svemu bijaše oko sto šipaka u tom opletu.
24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
Zapovjednik je straže odveo svećeničkog poglavara Seraju, drugog svećenika, Sefaniju, i tri čuvara praga.
25 ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
Iz grada je odveo jednog dvorjanina, vojničkog zapovjednika, sedam ljudi iz kraljeve pratnje koji se zatekoše u gradu, pisara zapovjednika vojske koji je novačio puk te šezdeset pučana koji se također zatekoše u gradu.
26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
Zapovjednik tjelesne straže Nebuzaradan odvede ih pred kralja babilonskog u Riblu.
27 ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
I kralj babilonski zapovjedi da ih pogube u Ribli, u zemlji hamatskoj. Tako su judejski narod odveli s njegove rodne grude.
28 ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
Evo broja ljudstva što ga Nabukodonozor odvede u sužanjstvo: sedme godine tri tisuće i dvadeset tri Judejca;
29 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
osamnaeste godine Nabukodonozorove osamsto trideset i dvije osobe iz Jeruzalema;
30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
dvadeset i treće godine Nabukodonozorove, Nebuzaradan, zapovjednik tjelesne straže, odvede sedam stotina četrdeset i pet Judejaca. U svemu: četiri tisuće i šest stotona osoba.
31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋଦକ୍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
A trideset i sedme godine otkako je zasužnjen judejski kralj Jojakin, dvadeset i petoga dana dvanaestoga mjeseca, babilonski kralj Evil Merodak u prvoj godini svoje vladavine pomilova judejskoga kralja Jojakina i pusti ga iz tamnice.
32 ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
Ljubezno je s njim razgovarao i stolicu mu postavio više nego drugim kraljevima koji bijahu s njim u Babilonu.
33 ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
Jojakin je odložio svoje tamničke haljine i jeo s kraljem za istim stolom svega svoga vijeka.
34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।
Do kraja njegova života, sve do smrti, babilonski mu je kralj trajno, iz dana u dan, davao uzdržavanje.