< ଯିରିମୀୟ 52 >

1 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
Huszonegy éves volt. Czidkijahú, midőn király lett és tizenegy évig uralkodott Jeruzsálemben; anyjának neve pedig Chamútál, Jirmejáhú leánya Libnából.
2 ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
És tette azt, ami rossz az Örökkévaló szemeiben, egészen ahogy tette Jehójákim.
3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Mert az Örökkévaló haragja miatt történt ez Jeruzsálemmel és Jehúdával, míg nem elvetette őket színe elől. És fellázadt Czidkijáhú Bábel királya ellen.
4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
És volt uralkodásának kilencedik évében, a tizedik hónapban, a hónap tizedikén, jött Nebúkadnecczár, Bábel királya, ő meg egész hadserege Jeruzsálem alá, táboroztak ellene és építettek ellene ostromtornyokat köröskörül.
5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
És ostrom alá került a város Czidkijáhú király tizenegyedik évéig.
6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
A negyedik hónapban, a hónap kilencedikén erős lett az éhség a városban és nem volt kenyere az ország népének.
7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
Áttöretett a város, mind a harcosok pedig elszöktek és kimentek a városból éjjel a két fal közötti kapun át, mely a király kertje mellett volt, míg a kaldeusok a város körül voltak és mentek a síkság felé.
8 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
De a kaldeusok hadserege űzőbe vette a királyt és utolérték Czidkijáhút Jeríchó síkságain; egész hadserege pedig elszéledt tőle.
9 ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
Elfogták a királyt és felvitték őt Bábel királyához Riblába, Chamát országában, és törvényt tartott fölötte.
10 ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
És lemészárolta Bábel királya Czidkijáhú fiait az ő szeme láttára, mind a Jehúda nagyjait is lemészárolta Riblában.
11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
Czidkijáhú szemeit pedig megvakította, béklyóba verte és elvitte őt Bábel királya Bábelbe és a börtön házába vetette halála napjáig:
12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
És az ötödik hónapban, a hónap tizedikén – tizenkilencedik éve volt az Nebúkadnecczár királynak, Bábel királyának – eljött Nebúzaradán, a testőrök nagyja, aki Bábel királya szolgálatában volt Jeruzsálemben.
13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Elégette az Örökkévaló házát és a király házát, meg Jeruzsálem házait mind és minden nagy házat elégetett tűzben.
14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
Jeruzsálem minden falait pedig köröskörül lerombolta a kaldeusok egész hadserege, mely a testőrök nagyjával volt.
15 ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
A nép szegényéből pedig és a többi népet; mely a városban maradt, meg az átszökőket, akik átszöktek volt Bábel királyához és többi tömeget számkivetésbe vitte Nebúzaradán, a testőrök nagyja.
16 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
Az ország szegényéből pedig ott hagyott egy részt Nebúzaradán, a testőrök nagyja vincelléreknek és földműveseknek.
17 ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
És a rézoszlopokat, melyek az Örökkévaló házában voltak, a talapzatokat és a réztengert, melyek az Örökkévaló házában voltak, összetörték a kaldeusok és elvitték azoknak minden rezét Bábelbe.
18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
A fazekakat pedig és a lapátokat és a késeket és a tálakat és a kanalakat és mind a rézedényeket, melyekkel szolgálatot tettek, elvitték.
19 ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
És a csészéket és a serpenyőket és a tálakat és a fazekakat és a lámpásokat és a kanalakat és a kancsókat, mind az aranyból valókat, mind az ezüstből valókat, elvitte a testőrök nagyja.
20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
A két oszlop, az egy tenger és a tizenkét réz-ökör, melyek a talapzatok alatt voltak, amelyeket készített Salamon király az Örökkévaló háza számára mind ez edények rezének nem volt súlya.
21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।
Az oszlopok pedig – tizennyolc könyök volt az egyik oszlop magassága és tizenkét könyöknyi fonal futja körül, és vastagsága négyujjnyi, belül üres volt.
22 ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
És oszlopfő volt rajta rézből; s egy oszlopfő magassága öt könyök, meg háló és gránátalmák az oszlopfőn köröskörül, mind rézből; és ilyenei voltak a másik oszlopnak, gránátalmák is.
23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
Volt pedig kilencvenhat gránátalma kifelé; mind a gránátalma száz, köröskörül a hálón.
24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
És elvitte a testőrök nagyja Szeráját, a főpapot, Czefánját, a másodpapot és a három küszöb-őrt.
25 ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
A városból pedig magával vitt egy udvari tisztet, azt, aki rendelve volt a harcosok fölé és hét férfit azok közül, kik a király személye körül voltak, akik találtattak a városban, és a hadvezér íróját, aki a seregbe írta az ország népét, meg hatvan férfit az ország népéből, kik találtattak a városban.
26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
Elvitte azokat Nebúzaradán, a testőrök nagyja és Bábel királyához vezette őket Riblába.
27 ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
És leütötte őket Bábel királya, és megölte Riblában, Chamát országában. Így ment számkivetésbe Jehúda az ő földjéről.
28 ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
Ez a nép, melyet számkivetésbe vitt Nebúkadnecczár: a hetedik évben három ezer huszonhárom Jehúdabeli;
29 ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
Nebukadnecczár tizennyolcadik évében: Jeruzsálemből nyolcszáz harminckét lélek;
30 ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
Nebúkadnecczár huszonharmadik évében számkivetésbe vitt Nebúzaradán, a testőrök nagyja, Jehúdabelieket hétszáznegyvenöt lelket. Valamennyi lélek négyezerhatszáz.
31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
És volt Jehójákhín, Jehúda királya számkivetésének harminchetedik évében, a tizenkettedik hónapban, a hónap huszonötödikén, fölemelte Evíl-Meródákh, Bábel királya, amely évben királyságra jutott, Jehójákhín, Jehúda királyának fejét és kivette őt a fogházból.
32 ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
Jóságosan beszélt vele és föléhelyezte trónját azon királyok trónjának, kik nála voltak Bábelben.
33 ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
Megváltoztatta fogházruháit: és evett előtte kenyeret mindig élete mindennapjaiban.
34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।
És ellátása, állandó ellátás, adatott neki Bábel király-e részéről, a mindennapra való, halála napjáig, élete minden napjaiban.

< ଯିରିମୀୟ 52 >