< ଯିରିମୀୟ 6 >

1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।
“Strengthen yourselves, sons of Benjamin, From the midst of Jerusalem, And blow a horn in Tekoa, And lift up a flame over Beth-Haccerem, For evil has been seen from the north, And great destruction.
2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।
I have cut off the lovely and delicate one, The daughter of Zion.
3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।
Shepherds and their droves come to her, They have struck tents by her all around, They have each fed [in] his own station.”
4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”
“Sanctify the battle against her, Rise, and we go up at noon. Woe to us, for the day has turned, For the shades of evening are stretched out,
5 “ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
Rise, and we go up by night, And we destroy her palaces.”
6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
For thus said YHWH of Hosts: “Cut down her wood, And pour out a mound against Jerusalem, She [is] the city to be inspected, She [is] full of oppression in her midst.
7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
As the digging of a well, is [for] its waters, So she has dug [for] her wickedness, Violence and spoil is heard in her, Sickness and striking [are] continually before My face.
8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”
Be instructed, O Jerusalem, Lest My soul be alienated from you, Lest I make you a desolation, A land [that is] not inhabited.”
9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”
Thus said YHWH of Hosts: “They surely glean, as a vine, the remnant of Israel, Put your hand back, as a gatherer to the baskets.”
10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
To whom do I speak, and testify, and they hear? Behold, their ear [is] uncircumcised, And they are not able to attend. Behold, a word of YHWH has been to them for a reproach, They do not delight in it.
11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
And I have been filled with the fury of YHWH (I have been weary of containing), “To pour [it] on the suckling in the street, And on the assembly of youths together, For even husband with wife are captured, [The] elderly with one full of days,
12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”
And their houses have been turned to others, Fields and wives together, For I stretch out My hand against the inhabitants of the land,” A declaration of YHWH.
13 “ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
“For from their least to their greatest, Everyone is gaining dishonest gain, And from prophet even to priest, Everyone is dealing falsely,
14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।
And they heal the breach of the daughter of My people slightly, Saying, Peace, peace! And there is no peace.
15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
They were ashamed when they did abomination! Indeed, they are not at all ashamed, Indeed, they have not known blushing, Therefore they fall among those falling, In the time I have inspected them, They stumble,” said YHWH.
16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
Thus said YHWH: “Stand by the ways and see, and ask for paths of old, Where [is] this—the good way? And go in it, And find rest for yourselves. And they say, We do not go.
17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
And I have raised up watchmen for you, Attend to the voice of the horn. And they say, We do not attend.
18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
Therefore hear, O nations, and know, O congregation, That which [is] on them.
19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Hear, O earth, behold, I am bringing evil on this people, The fruit of their plans, For they gave no attention to My words, And My law—they kick against it.
20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Why [is] this to Me? Frankincense comes from Sheba, And the sweet cane from a far-off land, Your burnt-offerings [are] not for acceptance, And your sacrifices have not been sweet to Me.”
21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”
Therefore, thus said YHWH: “Behold, I give stumbling blocks to this people, And fathers and sons have stumbled against them together, The neighbor and his friend perish.”
22 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।
Thus said YHWH: “Behold, a people has come from a north country, And a great nation is stirred up from the sides of the earth.
23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”
They take hold of bow and javelin, It [is] fierce, and they have no mercy, Their voice sounds as a sea, And they ride on horses, Set in array as a man of war, Against you, O daughter of Zion.”
24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
We have heard its sound, our hands have been feeble, Distress has seized us, pain as of a travailing woman.
25 ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।
Do not go forth to the field, And do not walk in the way, For the enemy has a sword, Fear [is] all around.
26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
O daughter of my people, Gird on sackcloth, And roll yourself in ashes, Make mourning [as for] an only one, A most bitter lamentation, For the spoiler suddenly comes against us.
27 “ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।
“I have given you a watchtower, A fortress among My people, And you know, and have tried their way.
28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
All of them are turned aside by apostates, Walking slanderously—bronze and iron, All of them are corrupters.
29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
The bellows have been burned, The lead has been consumed by fire, A refiner has refined in vain, And the wicked have not been drawn away.
30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”
They have called them rejected silver, For YHWH has kicked against them!”

< ଯିରିମୀୟ 6 >