< ଯିରିମୀୟ 7 >

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Das Wort, das vom HERRN an Jeremia ergangen ist, lautet folgendermaßen:
2 “ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
»Stelle dich auf im Tor des Hauses des HERRN und halte dort mit lauter Stimme folgende Ansprache: Vernehmt das Wort des HERRN, ihr Judäer alle, die ihr durch diese Tore eintretet, um den HERRN anzubeten!
3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।
So hat der HERR der Heerscharen, der Gott Israels, gesprochen: Bessert euren Wandel und euer ganzes Tun, so will ich euch an diesem Orte wohnen lassen!
4 ‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Setzt euer Vertrauen nicht auf Trugworte, daß ihr sagt: ›Der Tempel des HERRN, der Tempel des HERRN, der Tempel des HERRN ist dies!‹
5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
Denn nur, wenn ihr ernstlich euren Wandel und euer ganzes Tun bessert, wenn ihr wirklich das Recht bei den Streitigkeiten des einen mit dem anderen gelten laßt,
6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;
wenn ihr Fremdlinge, Waisen und Witwen nicht bedrückt und kein unschuldiges Blut an diesem Orte vergießt und nicht anderen Göttern nachlauft zu eurem eigenen Schaden:
7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।
nur dann will ich euch an diesem Orte wohnen lassen, in diesem Lande, das ich euren Vätern gegeben habe, von Ewigkeit bis in Ewigkeit.
8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Aber seht: ihr verlaßt euch auf Trugworte, die keinen Wert haben!
9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,
Nicht wahr? Stehlen, morden und Ehebruch treiben, falsch schwören, dem Baal opfern und anderen Göttern nachlaufen, die euch nichts angehen!
10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?
Und dann kommt ihr her und tretet vor mein Angesicht in diesem Hause, das nach meinem Namen genannt ist, und sagt: ›Wir sind errettet!‹, um dann alle jene Greuel weiter zu verüben.
11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।
Ist denn dieses Haus, das meinen Namen trägt, in euren Augen zu einer Räuberhöhle geworden? Ja wahrlich, auch ich sehe es so an!« – so lautet der Ausspruch des HERRN.
12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।
»Geht doch einmal nach meiner heiligen Stätte, die in Silo war, wo ich meinen Namen zu Anfang habe wohnen lassen, und seht, was ich aus ihr wegen der Bosheit meines Volkes Israel gemacht habe!
13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
Nun aber, weil ihr ganz die gleichen Taten verübt habt« – so lautet der Ausspruch des HERRN – »und, wiewohl ich unaufhörlich und immer wieder zu euch geredet habe, dennoch nicht gehört und, obschon ich euch zugerufen, dennoch nicht geantwortet habt:
14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!
so will ich mit diesem Hause, das meinen Namen trägt und auf das ihr euer Vertrauen setzt, und mit der Wohnstätte, die ich euch und euren Vätern gegeben habe, ebenso verfahren, wie ich mit Silo verfahren bin:
15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
verstoßen will ich euch von meinem Angesicht hinweg, wie ich alle eure Brüder, die gesamte Nachkommenschaft Ephraims, bereits verstoßen habe!«
16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
»Du aber, lege keine Fürbitte für dieses Volk ein, laß kein Flehen und kein Gebet für sie laut werden und dringe nicht in mich; denn ich würde dich doch nicht erhören.
17 ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
Siehst du denn nicht, was sie in den Ortschaften Judas und auf den Straßen Jerusalems treiben?
18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
Die Kinder lesen Holz zusammen, und die Väter zünden das Feuer an; die Frauen aber kneten den Teig, um Kuchen für die Himmelskönigin zu backen; und Trankopfer spenden sie fremden Göttern, um mir wehe zu tun.
19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
Indes – tun sie mir damit wehe?« – so lautet der Ausspruch des HERRN –, »nicht vielmehr sich selbst zu ihrer offenkundigen Beschämung?«
20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
Darum hat Gott der HERR so gesprochen: »Wahrlich, mein Zorn und mein Grimm wird sich über diesen Ort ergießen, über die Menschen und über das Vieh, über die Bäume des Feldes und die Früchte des Erdbodens, und er wird unauslöschlich brennen!«
21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
So hat der HERR der Heerscharen, der Gott Israels, gesprochen: »Fügt immerhin eure Brandopfer zu euren Schlachtopfern hinzu und eßt das Fleisch davon!
22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;
Denn ich habe euren Vätern damals, als ich sie aus Ägypten wegführte, nichts von Brandopfern und Schlachtopfern gesagt und geboten,
23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
sondern habe ihnen dies Gebot gegeben: ›Gehorcht meinen Weisungen, so will ich euer Gott sein, und ihr sollt mein Volk sein; und haltet den ganzen Weg inne, den ich euch gebiete, damit es euch wohlergehe!‹
24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
Aber sie haben nicht gehorcht und mir kein Gehör geschenkt, sondern sind nach den Ratschlägen, nach dem Starrsinn ihres bösen Herzens gewandelt, indem sie mir den Rücken und nicht mehr das Angesicht zukehrten.
25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
Wohl habe ich seit dem Tage, als eure Väter aus Ägypten auszogen, bis auf den heutigen Tag alle meine Knechte, die Propheten, tagtäglich unermüdlich früh und spät zu euch gesandt,
26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
aber sie haben mir nicht gehorcht und mir kein Gehör geschenkt, sondern sich halsstarrig gezeigt und es noch ärger getrieben als ihre Väter.
27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
Wenn du ihnen nun auch dies alles in deiner Rede vorhältst, so werden sie doch nicht auf dich hören; und wenn du ihnen zurufst, werden sie dir keine Antwort geben.
28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
So sage denn zu ihnen: ›Dies ist das Volk, das auf die Stimme des HERRN, seines Gottes, nicht hört und sich nicht warnen läßt; dahin ist die Treue und verschwunden aus ihrem Munde!‹«
29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’
Schere deine Kopfzier ab, Tochter Zion, und wirf es weg, und stimme ein Klagelied auf den kahlen Höhen an! Denn verworfen hat der HERR und verstoßen das Geschlecht, dem er zürnt!
30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
»Denn die Kinder Juda haben getan, was mir mißfällt« – so lautet der Ausspruch des HERRN –: »sie haben ihre scheußlichen Götzen in dem Hause, das meinen Namen trägt, aufgestellt, um es zu entweihen,
31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
und haben die Opferstätte des Thopheths im Tale Ben-Hinnom angelegt, um ihre Söhne und Töchter dort als Brandopfer darzubringen, was ich ihnen niemals geboten habe und was mir nie in den Sinn gekommen ist.
32 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।
Darum gebt acht: es kommt die Zeit« – so lautet der Ausspruch des HERRN –, »da wird man nicht mehr vom Thopheth und vom Tal Ben-Hinnom reden, sondern vom Würgetal, und man wird im Thopheth begraben, weil sonst kein Platz mehr da ist.
33 ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
Dann werden die Leichname dieses Volkes den Vögeln des Himmels und den Tieren des Feldes zum Fraß dienen, ohne daß jemand sie verscheucht;
34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।
und ich werde in den Ortschaften Judas und auf den Straßen Jerusalems aller lauten Freude und Fröhlichkeit, allem Jubel des Bräutigams und allem Brautgesang ein Ende machen; denn zur Wüste soll das Land werden!«

< ଯିରିମୀୟ 7 >