< ଯିରିମୀୟ 7 >
1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Yei ne asɛm a ɛfiri Awurade hɔ baa Yeremia nkyɛn:
2 “ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
“Gyina Awurade asɔredan no ɛpono ano, na ka saa asɛm yi: “‘Montie Awurade asɛm, mo nnipa a mo wɔ Yuda nyinaa a mofa apono yi ano kɔsom Awurade.
3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।
Yei ne deɛ Asafo Awurade, Israel Onyankopɔn no seɛ: Monsesa mo akwan ne mo nneyɛɛ, na mɛma mo atena ha.
4 ‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Mommfa mo ho nto nnaadaasɛm so na monnka sɛ, “Yei ne Awurade asɔredan, Awurade asɔredan, Awurade asɔredan!”
5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
Sɛ mosesa mo akwan ne mo nneyɛɛ nokorɛm, na mone mo ho mo ho di no tenenee mu,
6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
sɛ moanhyɛ ɔhɔhoɔ, awisiaa anaa okunafoɔ so, na moanhwie mogya a ɛdi bem angu wɔ ha, na moanni anyame foforɔ akyi ankɔ mo ara ɔsɛeɛ mu a,
7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।
ɛnneɛ mɛma mo atena ha, asase a mede maa mo agyanom afebɔɔ no.
8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Nanso monhwɛ, mode mo ho ato nnaadaa nsɛm a ɛho nni mfasoɔ so.
9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
“‘Mobɛbɔ korɔno na moadi awu, mobɛbɔ adwaman na moadi adansekurumu, mobɛhye nnuhwam ama Baal na moadi anyame foforɔ a monnim wɔn akyi,
10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?
na afei, moaba abɛgyina mʼanim wɔ efie a medin da so na moaka sɛ, “Yɛnni ɔhaw,” sɛ moyɛ akyiwadeɛ yi nyinaa a na monni ɔhaw anaa?
11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।
Na efie a medin da soɔ yi, abɛyɛ adwotwafoɔ tu ama mo anaa? Nanso megu so rehyɛ! Awurade na ɔseɛ.
12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।
“‘Na afei monkɔ Silo, beaeɛ bi a, medii ɛkan bɔɔ atenaeɛ de me Din too so, na monhwɛ deɛ meyɛɛ no ɛsiane me nkurɔfoɔ Israelfoɔ amumuyɛ enti.
13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
Ɛberɛ a moreyɛ yeinom nyinaa, Awurade na ɔseɛ, mekasa kyerɛɛ mo mpɛn bebree, nanso moantie; mefrɛɛ mo, nanso moannye so.
14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!
Ɛno enti, sɛdeɛ meyɛɛ Silo no, mede bɛyɛ efie a me Din da so no, asɔredan a mode mo ho to so, beaeɛ a mede maa mo ne mo agyanom.
15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
Mɛpam mo afiri mʼanim sɛdeɛ meyɛɛ mo nuanom Efraimfoɔ no.’
16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
“Enti mommmɔ mpaeɛ mma saa nnipa yi, monnsrɛ na monni mma wɔn nso; monnsrɛ me ɛfiri sɛ merentie mo.
17 ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
Monhunu deɛ wɔreyɛ wɔ Yuda nkuro no mu ne Yerusalem mmɔntene so anaa?
18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
Mmɔfra boaboa anyina ano, na agyanom sɔ ogya no ano, mmaa fɔtɔ asikyiresiam de to burodo ma Ɔsoro Hemmaa. Na wɔgu nsã ma anyame foforɔ de hyɛ me abufuo.
19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
Na ɛyɛ me na wɔrehyɛ me abufuo anaa? Awurade na ɔseɛ. Na ɛnyɛ wɔn mmom na wɔreha wɔn ho, hyɛ wɔn ho aniwuo anaa?
20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
“Ɛno enti, deɛ Otumfoɔ Awurade seɛ nie: Wɔbɛhwie mʼabufuo ne mʼabufuhyeɛ agu beaeɛ yi so, agu nnipa ne mmoa, mfuo so nnua ne asase no so aba so, na ɛbɛdɛre a ɛrennum.
21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
“‘Yei ne deɛ Asafo Awurade, Israel Onyankopɔn, seɛ: Monkɔ so, momfa mo ɔhyeɛ afɔrebɔ nka mo afɔrebɔ a aka no ho, na mo ankasa monwe ɛnam no!
22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;
Na ɛberɛ a meyii mo agyanom firii Misraim na mekasa kyerɛɛ wɔn no, manhyɛ wɔn mmara a ɛfa ɔhyeɛ afɔrebɔ ne afɔrebɔ ho nko ara,
23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
mmom mede saa mmara yi kaa ho: Monyɛ ɔsetie mma me, na mɛyɛ mo Onyankopɔn, na moayɛ me nkurɔfoɔ. Monnante akwan nyinaa a mɛhyɛ mo no so, na asi mo yie.
24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
Nanso, wɔantie na wɔannyɛ aso; mmom, wɔfiri wɔn akoma bɔne mu yɛɛ asobrakyeɛ. Wɔsane wɔn akyi na wɔankɔ wɔn anim.
25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
Ɛfiri ɛberɛ a mo agyanom firii Misraim de bɛsi ɛnnɛ yi, da biara da ne ɛberɛ biara mesomaa me nkoa adiyifoɔ baa mo nkyɛn.
26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
Nanso wɔantie me na wɔanyɛ aso. Wɔde asoɔden yɛɛ bɔne boroo wɔn agyanom deɛ so.’
27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
“Sɛ moka yeinom nyinaa kyerɛ wɔn a, wɔrentie mo; sɛ mofrɛ wɔn a wɔrennye so.
28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
Ɛno enti monka nkyerɛ wɔn sɛ, ‘Yei ne ɔman a ɔnyɛɛ ɔsetie mmaa Awurade, ne Onyankopɔn, na ɔmfaa ntenesoɔ. Nokorɛ asa, na afiri wɔn ano.
29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’
Monyi mo tirinwi na monto ngu, montwa agyaadwoɔ wɔ nkokoɔ no so, ɛfiri sɛ Awurade apo, na wagyae saa awoɔ ntoatoasoɔ yi a wɔwɔ na abufuhyeɛ no ase akyi di.
30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
“‘Yudafoɔ ayɛ bɔne mʼani so, sɛdeɛ Awurade seɛ nie. Wɔde ahoni a, ɛyɛ akyiwadeɛ asisi efie a me Din da so de agu ho fi.
31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
Wɔasisi Tofet sorɔnsorɔmmea wɔ Ben Hinom bɔnhwa mu ɛhɔ na wɔhye wɔn mmammarima ne wɔn mmammaa. Adeɛ a manhyɛ wɔn na amma mʼadwene mu nso.
32 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍ରେ କବର ଦେବେ।
Ɛno enti, monhwɛ yie na nna no reba, Awurade na ɔseɛ, a wɔremfrɛ hɔ Tofet anaa Hinom Bɔnhwa bio, na mmom, wɔbɛfrɛ no Okum Bɔnhwa, ɛfiri sɛ wɔbɛsie awufoɔ wɔ Tofet kɔsi sɛ ɛhɔ bɛyɛ ma.
33 ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
Na afei saa nnipa yi afunu bɛyɛ aduane ama ewiem nnomaa ne asase so mmoa, na ɛrenka obiara wɔ hɔ a ɔbɛpam wɔn.
34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।
Mede ahosɛpɛ ne anigyeɛ nnyegyeɛ, ayeforɔ ne ayeforɔkunu nne a ɛwɔ Yuda nkuro ne Yerusalem mmɔntene so, bɛba awieeɛ ɛfiri sɛ asase no bɛda mpan.’”