< ଯିରିମୀୟ 8 >

1 ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
耶和華說:「到那時,人必將猶大王的骸骨和他首領的骸骨、祭司的骸骨、先知的骸骨,並耶路撒冷居民的骸骨,都從墳墓中取出來,
2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
拋散在日頭、月亮,和天上眾星之下,就是他們從前所喜愛、所事奉、所隨從、所求問、所敬拜的。這些骸骨不再收殮,不再葬埋,必在地面上成為糞土;
3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
並且這惡族所剩下的民在我所趕他們到的各處,寧可揀死不揀生。這是萬軍之耶和華說的。」
4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
你要對他們說,耶和華如此說: 人跌倒,不再起來嗎? 人轉去,不再轉來嗎?
5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
這耶路撒冷的民,為何恆久背道呢? 他們守定詭詐,不肯回頭。
6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
我留心聽,聽見他們說不正直的話。 無人悔改惡行,說: 我做的是甚麼呢? 他們各人轉奔己路, 如馬直闖戰場。
7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
空中的鸛鳥知道來去的定期; 斑鳩燕子與白鶴也守候當來的時令; 我的百姓卻不知道耶和華的法則。
8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
你們怎麼說:我們有智慧, 耶和華的律法在我們這裏? 看哪,文士的假筆舞弄虛假。
9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
智慧人慚愧,驚惶,被擒拿; 他們棄掉耶和華的話, 心裏還有甚麼智慧呢?
10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
所以我必將他們的妻子給別人, 將他們的田地給別人為業; 因為他們從最小的到至大的都一味地貪婪, 從先知到祭司都行事虛謊。
11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
他們輕輕忽忽地醫治我百姓的損傷,說: 平安了!平安了! 其實沒有平安。
12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
他們行可憎的事知道慚愧嗎? 不然,他們毫不慚愧, 也不知羞恥。 因此他們必在仆倒的人中仆倒; 我向他們討罪的時候, 他們必致跌倒。 這是耶和華說的。
13 ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
耶和華說:我必使他們全然滅絕; 葡萄樹上必沒有葡萄, 無花果樹上必沒有果子, 葉子也必枯乾。 我所賜給他們的, 必離開他們過去。
14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
我們為何靜坐不動呢? 我們當聚集,進入堅固城, 在那裏靜默不言; 因為耶和華-我們的上帝使我們靜默不言, 又將苦膽水給我們喝, 都因我們得罪了耶和華。
15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
我們指望平安, 卻得不着好處; 指望痊癒的時候, 不料,受了驚惶。
16 “ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
聽見從但那裏敵人的馬噴鼻氣, 他的壯馬發嘶聲, 全地就都震動; 因為他們來吞滅這地和其上所有的, 吞滅這城與其中的居民。
17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
看哪,我必使毒蛇到你們中間, 是不服法術的, 必咬你們。 這是耶和華說的。
18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।
我有憂愁,願能自慰; 我心在我裏面發昏。
19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”
聽啊,是我百姓的哀聲從極遠之地而來, 說:耶和華不在錫安嗎? 錫安的王不在其中嗎? 耶和華說:他們為甚麼以雕刻的偶像 和外邦虛無的神惹我發怒呢?
20 “ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
麥秋已過,夏令已完, 我們還未得救!
21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
先知說:因我百姓的損傷, 我也受了損傷。 我哀痛,驚惶將我抓住。
22 ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?
在基列豈沒有乳香呢? 在那裏豈沒有醫生呢? 我百姓為何不得痊癒呢?

< ଯିରିମୀୟ 8 >