< ଯିରିମୀୟ 8 >

1 ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
“‘A wancan lokaci, in ji Ubangiji, za a fitar da ƙasusuwan sarakuna da na shugabannin Yahuda, ƙasusuwan firistoci da na annabawa, da kuma ƙasusuwan mutanen Urushalima daga kaburbura.
2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
Za a shimfiɗa su a rana da wata da kuma dukan taurarin sammai, waɗanda suka ƙaunata suka kuma bauta wa, waɗanda suka bi suka nemi shawarar suka kuma yi wa sujada. Ba za a tattara su ko a binne su ba, amma za su zama kamar juji a jibge a ƙasa.
3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
Duk inda na kore su zuwa, dukan waɗanda suka ragu na wannan muguwar al’umma za su gwammaci mutuwa da rai, in ji Ubangiji Maɗaukaki.’
4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
“Fada musu cewa, ‘Ga abin da Ubangiji yana cewa, “‘Sa’ad da mutane suka fāɗi, ba sa tashi ne? Sa’ad da mutum ya kauce, ba ya dawowa?
5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
To, me ya sa waɗannan mutane suka kauce? Me ya sa Urushalima kullum take kaucewa? Sun manne wa ƙarya; suka ƙi su dawo.
6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
Na saurara sosai, amma ba su faɗi wata maganar kirki ba. Ba wanda ya tuba daga muguntarsa, sai ma cewa yake, “Me na yi?” Kowa ta kai-ta-kai yake kamar dokin da ya kutsa kai a fagen fama.
7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
Ko shamuwa ta sararin sama ma takan san lokutan da aka tsara mata, kurciya, mashirare da kuma zalɓe sukan lura da lokacin ƙauransu. Amma mutanena ba su san abubuwan da Ubangiji yake bukata ba.
8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
“‘Yaya za ku ce, “Muna da hikima, gama muna da dokar Ubangiji,” alhali alƙalamin ƙarya na magatakarda ya yi ƙarya?
9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
Za a kunyatar da masu hikima; za su yi fargaba a kuma kama su. Da yake sun ƙi maganar Ubangiji, wace irin hikima kuka ce kuke da ita?
10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Saboda haka zan ba da matansu ga waɗansu gonakinsu kuma ga waɗansu da suka ci da yaƙi. Tun daga ƙarami har zuwa babba, kowannensu yana haɗamar cin muguwar riba; har da annabawa da firistoci ma, kowannensu yana ƙarya.
11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Sukan ɗaura mikin mutanena sai ka ce mikin ba shi da matsala. Suna cewa, “Lafiya, Lafiya,” alhali kuwa ba lafiya.
12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
Sukan ji kunyar halin banƙyamarsu kuwa? Sam, ba su da kunya ko kaɗan; ba su ma san yadda za su ji kunya ba. Saboda haka sukan fāɗi tare da fāɗaɗɗu; za su fāɗi sa’ad da aka hukunta su, in ji Ubangiji.
13 ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
“‘Zan ƙwace girbinsu, in ji Ubangiji. Ba a za sami inabi a kuringa ba. Ba za a sami’ya’ya a itacen ɓaure ba, ganyayensu kuwa za su bushe. Abin da na ba su za a ƙwace.’”
14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
Me ya sa muke zama a nan? Mu tattaru! Mu gudu zuwa birane masu katanga mu mutu a can! Gama Ubangiji Allahnmu ya ƙaddara mana mutuwa ya kuma ba mu ruwan dafi mu sha, domin mun yi masa zunubi.
15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Mun sa zuciya ga salama amma ba lafiya, mun sa zuciya ga lokacin warkarwa amma sai ga razana.
16 “ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
Daga Dan ana jin tirjin dawakan abokin gāba; da jin haniniyar ingarmunsu dukan ƙasar ta girgiza. Sun zo su cinye ƙasar da kome da yake cikinta, birni da dukan mazaunanta.
17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
“Duba, zan aika macizai masu dafi a cikinku, kāsā, waɗanda ba su da maƙari, za su kuwa sassare ku,” in ji Ubangiji.
18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।
Ya mai ta’aziyyata a cikin baƙin ciki, zuciyata ta ɓaci ƙwarai.
19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”
Ka saurari kukan mutanena daga ƙasa mai nisa suna cewa, “Ubangiji ba ya a Sihiyona ne? Sarkinta ba ya can ne kuma?” “Me ya sa suka tsokane ni da gumakansu har na yi fushi, da baƙin gumakansu marasa amfani?”
20 “ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
“Girbi ya wuce, damuna ta ƙare, ba a kuwa cece mu ba.”
21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
Da yake an ragargazar da mutanena, an ragargaza ni ke nan; na yi kuka, tsoro ya kama ni.
22 ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?
Ba magani ne a Gileyad? Ba likita ne a can? To, me ya sa ba warkarwa wa raunin mutanena?

< ଯିରିମୀୟ 8 >