< ଯିରିମୀୟ 8 >
1 ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
Czasu onego, mówi Pan, wybiorą kości królów Judzkich, i kości książąt ich, i kości kapłanów, i kości proroków, i kości obywateli Jeruzalemskich z grobów ich;
2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
I rozrzucą je przed słońce, i przed miesiąc, i przed wszystko wojsko niebieskie, które miłują, i którym służą, i za którymi chodzą, i których szukają, i którym się kłaniają; nie pozbierają ich, ani pogrzebią, ale będą miasto gnoju na wierzchu ziem i.
3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
I obiorą raczej śmierć niżeli żywot wszystkie ostatki, które zostaną z tego rodzaju złośliwego po wszystkich miejscach, gdziebykolwiek zostali, tam, kędy ich zapędzę, mówi Pan zastępów.
4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
Przetoż rzeczesz do nich: Tak mówi Pan: Także upadli, aby nie mogli powstać? także się odwrócił, aby się zaś nie mógł nawrócić?
5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
Przeczże się odwrócił ten lud Jeruzalemski odwróceniem wiecznem? chwytają się kłamstwa a nie chcą się nawracać.
6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
Pilnowałem i słuchałem: nic nie mówiąc, co jest prawego; niemasz ktoby żałował złości swej, mówiąc: Cóżem uczynił? Każdy się obrócił za biegiem swoim, jako koń, który pędem bieży ku potkaniu.
7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
I bocian na powietrzu zna ustawione czasy swoje, i synogarlica, i żuraw, i jaskółka przestrzegają czasu przylecenia swego; ale lud mój nie zna sądu Pańskiego.
8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
Jakoż mówicie: Myśmy mądrzy, a zakon Pański jest przy nas? zaprawdę, oto daremnie pióro pisarz czyni; daremnie są w zakonie biegłymi.
9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
Kogoż zawstydzili ci mędrcy? Którzyż są przestraszeni i pojmani? Oto słowo Pańskie odrzucają; cóż to tedy za mądrość ich?
10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Dlatego dam żony ich innym, pola ich tym, którzy ich opanują; bo od najmniejszego aż do największego, wszyscy zgoła udali się za łakomstwem; od proroka aż do kapłana wszyscy przewodzą kłamstwo.
11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Bo leczą skruszenie córki ludu mego tylko po wierzchu, mówiąc: Pokój, pokój! choć niemasz pokoju.
12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
Izali się zawstydzili, przeto, że obrzydliwość czynili? Zaiste, ani się zapałać ani wstydzić umieli; przetoż upadną między padającymi, czasu nawiedzenia swego upadną, mówi Pan.
13 ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
Do szczętu ich wykorzenię, mówi Pan; nie będzie żadnego grona na winnej macicy, ani żadnych fig na drzewie figowem; nawet i liść opadnie, a com im dał, odjęte będzie.
14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
Przecz my tu siedzimy? Zejdźcie się, a wynijdżmy do miast obronnych, a tam odpoczniemy; ale Pan, Bóg nasz każe nam odpocznąć, gdy nas napoi wodą żółci, iżeśmy zgrzeszyli przeciwko Panu.
15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Czekaj pokoju, alić nic dobrego; czasu uzdrowienia, alić oto strach.
16 “ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
Od Dan słyszeć chrapanie koni jego, od głosu wykrzykania mocarzy jego wszystka ziemia zadrżała, którzy ciągną, aby pożarli ziemię, i wszystko, co jest na niej, miasto i tych, którzy mieszkają w niem.
17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
Bo oto Ja poślę na was węże najjadowitsze, przeciwko którym niemasz zaklinania; i pokąsają was, mówi Pan.
18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।
Serce moje we mnie, któreby mię miało posilać w smutku, mdłe jest.
19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”
Oto głos krzyku córki ludu mego z ziemi bardzo dalekiej mówiącej: Izali Pana niemasz na Syonie? Izali króla jego niemasz na nim? Przeczże mię wzruszyli do gniewu bałwanami swemi, próżnościami cudzoziemców? mówi Pan.
20 “ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
Pominęło żniwo, skończyło się lato, a myśmy nie wybawieni.
21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
Dla skruszenia córki ludu mojego skruszonym jest, żałobę ponoszę, zdumienie zdjęło mię.
22 ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?
Izali niemasz balsamu w Galaad? Izali tam niemasz lekarza? Czemuż tedy nie jest uleczona córka ludu mojego?