< ଯିରିମୀୟ 9 >

1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!
Quis dabit capiti meo aquam, et oculis meis fontem lacrymarum? et plorabo die ac nocte interfectos filiæ populi mei.
2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Quis dabit me in solitudine diversorium viatorum, et derelinquam populum meum, et recedam ab eis? quia omnes adulteri sunt, cœtus prævaricatorum.
3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।
Et extenderunt linguam suam quasi arcum mendacii et non veritatis: confortati sunt in terra, quia de malo ad malum egressi sunt, et me non cognoverunt, dicit Dominus.
4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।
Unusquisque se a proximo suo custodiat, et in omni fratre suo non habeat fiduciam: quia omnis frater supplantans supplantabit, et omnis amicus fraudulenter incedet.
5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
Et vir fratrem suum deridebit, et veritatem non loquentur: docuerunt enim linguam suam loqui mendacium: ut inique agerent, laboraverunt.
6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
Habitatio tua in medio doli: in dolo renuerunt scire me, dicit Dominus.
7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
Propterea hæc dicit Dominus exercituum: Ecce ego conflabo, et probabo eos: quid enim aliud faciam a facie filiæ populi mei?
8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।
Sagitta vulnerans lingua eorum, dolum locuta est: in ore suo pacem cum amico suo loquitur, et occulte ponit ei insidias.
9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
Numquid super his non visitabo, dicit Dominus? aut in gente huiusmodi non ulciscetur anima mea?
10 ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
Super montes assumam fletum ac lamentum, et super speciosa deserti planctum: quoniam incensa sunt, eo quod non sit vir pertransiens: et non audierunt vocem possidentis: a volucre cæli usque ad pecora transmigraverunt et recesserunt.
11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Et dabo Ierusalem in acervos arenæ, et cubilia draconum: et civitates Iuda dabo in desolationem, eo quod non sit habitator.
12 ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
Quis est vir sapiens, qui intelligat hoc, et ad quem verbum oris Domini fiat ut annunciet istud, quare perierit terra, et exusta sit quasi desertum, eo quod non sit qui pertranseat?
13 ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
Et dixit Dominus: Quia dereliquerunt legem meam, quam dedi eis, et non audierunt vocem meam, et non ambulaverunt in ea:
14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।
et abierunt post pravitatem cordis sui, et post Baalim: quod didicerunt a patribus suis.
15 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
Idcirco hæc dicit Dominus exercituum Deus Israel: Ecce ego cibabo populum istum absinthio, et potum dabo eis aquam fellis.
16 ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
Et dispergam eos in Gentibus, quas non noverunt ipsi et patres eorum: et mittam post eos gladium, donec consumantur.
17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Hæc dicit Dominus exercituum Deus Israel: Contemplamini, et vocate lamentatrices et veniant: et ad eas, quæ sapientes sunt, mittite, et properent:
18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।
festinent, et assumant super nos lamentum: deducant oculi nostri lacrymas, et palpebræ nostræ defluant aquis.
19 କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”
Quia vox lamentationis audita est de Sion: Quomodo vastati sumus et confusi vehementer? quia dereliquimus terram, quoniam deiecta sunt tabernacula nostra.
20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
Audite ergo mulieres verbum Domini: et assumant aures vestræ sermonem oris eius: et docete filias vestras lamentum: et unaquæque proximam suam planctum.
21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
quia ascendit mors per fenestras nostras, ingressa est domos nostras, disperdere parvulos deforis, iuvenes de plateis.
22 କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”
Loquere: Hæc dicit Dominus: Et cadet morticinum hominis quasi stercus super faciem regionis, et quasi fœnum post tergum metentis, et non est qui colligat.
23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Hæc dicit Dominus: Non glorietur sapiens in sapientia sua, et non glorietur fortis in fortitudine sua, et non glorietur dives in divitiis suis:
24 ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।
sed in hoc glorietur, qui gloriatur, scire et nosse me, quia ego sum Dominus, qui facio misericordiam, et iudicium, et iustitiam in terra: hæc enim placent mihi, ait Dominus.
25 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
Ecce dies veniunt, dicit Dominus: et visitabo super omnem, qui circumcisum habet præputium,
26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
super Ægyptum, et super Iuda, et super Edom, et super filios Ammon, et super Moab, et super omnes qui attonsi sunt in comam, habitantes in deserto: quia omnes gentes habent præputium, omnis autem domus Israel incircumcisi sunt corde.

< ଯିରିମୀୟ 9 >