< ଯିରିମୀୟ 1 >

1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
דִּבְרֵ֥י יִרְמְיָ֖הוּ בֶּן־חִלְקִיָּ֑הוּ מִן־הַכֹּֽהֲנִים֙ אֲשֶׁ֣ר בַּעֲנָת֔וֹת בְּאֶ֖רֶץ בִּנְיָמִֽן׃
2 ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
אֲשֶׁ֨ר הָיָ֤ה דְבַר־יְהוָה֙ אֵלָ֔יו בִּימֵ֛י יֹאשִׁיָּ֥הוּ בֶן־אָמ֖וֹן מֶ֣לֶךְ יְהוּדָ֑ה בִּשְׁלֹשׁ־עֶשְׂרֵ֥ה שָׁנָ֖ה לְמָלְכֽוֹ׃
3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
וַיְהִ֗י בִּימֵ֨י יְהוֹיָקִ֤ים בֶּן־יֹאשִׁיָּ֙הוּ֙ מֶ֣לֶךְ יְהוּדָ֔ה עַד־תֹּם֙ עַשְׁתֵּ֣י עֶשְׂרֵ֣ה שָׁנָ֔ה לְצִדְקִיָּ֥הוּ בֶן־יֹאשִׁיָּ֖הוּ מֶ֣לֶךְ יְהוּדָ֑ה עַד־גְּל֥וֹת יְרוּשָׁלִַ֖ם בַּחֹ֥דֶשׁ הַחֲמִישִֽׁי׃ ס
4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
וַיְהִ֥י דְבַר־יְהוָ֖ה אֵלַ֥י לֵאמֹֽר׃
5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”
בְּטֶ֨רֶם אֶצָּרְךָ֤ בַבֶּ֙טֶן֙ יְדַעְתִּ֔יךָ וּבְטֶ֛רֶם תֵּצֵ֥א מֵרֶ֖חֶם הִקְדַּשְׁתִּ֑יךָ נָבִ֥יא לַגּוֹיִ֖ם נְתַתִּֽיךָ׃
6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
וָאֹמַ֗ר אֲהָהּ֙ אֲדֹנָ֣י יְהֹוִ֔ה הִנֵּ֥ה לֹא־יָדַ֖עְתִּי דַּבֵּ֑ר כִּי־נַ֖עַר אָנֹֽכִי׃ פ
7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
וַיֹּ֤אמֶר יְהוָה֙ אֵלַ֔י אַל־תֹּאמַ֖ר נַ֣עַר אָנֹ֑כִי כִּ֠י עַֽל־כָּל־אֲשֶׁ֤ר אֶֽשְׁלָחֲךָ֙ תֵּלֵ֔ךְ וְאֵ֛ת כָּל־אֲשֶׁ֥ר אֲצַוְּךָ֖ תְּדַבֵּֽר׃
8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
אַל־תִּירָ֖א מִפְּנֵיהֶ֑ם כִּֽי־אִתְּךָ֥ אֲנִ֛י לְהַצִּלֶ֖ךָ נְאֻם־יְהוָֽה׃
9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
וַיִּשְׁלַ֤ח יְהוָה֙ אֶת־יָד֔וֹ וַיַּגַּ֖ע עַל־פִּ֑י וַיֹּ֤אמֶר יְהוָה֙ אֵלַ֔י הִנֵּ֛ה נָתַ֥תִּי דְבָרַ֖י בְּפִֽיךָ׃
10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
רְאֵ֞ה הִפְקַדְתִּ֣יךָ ׀ הַיּ֣וֹם הַזֶּ֗ה עַל־הַגּוֹיִם֙ וְעַל־הַמַּמְלָכ֔וֹת לִנְת֥וֹשׁ וְלִנְת֖וֹץ וּלְהַאֲבִ֣יד וְלַהֲר֑וֹס לִבְנ֖וֹת וְלִנְטֽוֹעַ׃ פ
11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
וַיְהִ֤י דְבַר־יְהוָה֙ אֵלַ֣י לֵאמֹ֔ר מָה־אַתָּ֥ה רֹאֶ֖ה יִרְמְיָ֑הוּ וָאֹמַ֕ר מַקֵּ֥ל שָׁקֵ֖ד אֲנִ֥י רֹאֶֽה׃
12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
וַיֹּ֧אמֶר יְהוָ֛ה אֵלַ֖י הֵיטַ֣בְתָּ לִרְא֑וֹת כִּֽי־שֹׁקֵ֥ד אֲנִ֛י עַל־דְּבָרִ֖י לַעֲשֹׂתֽוֹ׃ פ
13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
וַיְהִ֨י דְבַר־יְהוָ֤ה ׀ אֵלַי֙ שֵׁנִ֣ית לֵאמֹ֔ר מָ֥ה אַתָּ֖ה רֹאֶ֑ה וָאֹמַ֗ר סִ֤יר נָפ֙וּחַ֙ אֲנִ֣י רֹאֶ֔ה וּפָנָ֖יו מִפְּנֵ֥י צָפֽוֹנָה׃
14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
וַיֹּ֥אמֶר יְהוָ֖ה אֵלָ֑י מִצָּפוֹן֙ תִּפָּתַ֣ח הָרָעָ֔ה עַ֥ל כָּל־יֹשְׁבֵ֖י הָאָֽרֶץ׃
15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
כִּ֣י ׀ הִנְנִ֣י קֹרֵ֗א לְכָֽל־מִשְׁפְּח֛וֹת מַמְלְכ֥וֹת צָפ֖וֹנָה נְאֻם־יְהוָ֑ה וּבָ֡אוּ וְֽנָתְנוּ֩ אִ֨ישׁ כִּסְא֜וֹ פֶּ֣תַח ׀ שַׁעֲרֵ֣י יְרוּשָׁלִַ֗ם וְעַ֤ל כָּל־חוֹמֹתֶ֙יהָ֙ סָבִ֔יב וְעַ֖ל כָּל־עָרֵ֥י יְהוּדָֽה׃
16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
וְדִבַּרְתִּ֤י מִשְׁפָּטַי֙ אוֹתָ֔ם עַ֖ל כָּל־רָעָתָ֑ם אֲשֶׁ֣ר עֲזָב֗וּנִי וַֽיְקַטְּרוּ֙ לֵאלֹהִ֣ים אֲחֵרִ֔ים וַיִּֽשְׁתַּחֲו֖וּ לְמַעֲשֵׂ֥י יְדֵיהֶֽם׃
17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।
וְאַתָּה֙ תֶּאְזֹ֣ר מָתְנֶ֔יךָ וְקַמְתָּ֙ וְדִבַּרְתָּ֣ אֲלֵיהֶ֔ם אֵ֛ת כָּל־אֲשֶׁ֥ר אָנֹכִ֖י אֲצַוֶּ֑ךָּ אַל־תֵּחַת֙ מִפְּנֵיהֶ֔ם פֶּֽן־אֲחִתְּךָ֖ לִפְנֵיהֶֽם׃
18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
וַאֲנִ֞י הִנֵּ֧ה נְתַתִּ֣יךָ הַיּ֗וֹם לְעִ֨יר מִבְצָ֜ר וּלְעַמּ֥וּד בַּרְזֶ֛ל וּלְחֹמ֥וֹת נְחֹ֖שֶׁת עַל־כָּל־הָאָ֑רֶץ לְמַלְכֵ֤י יְהוּדָה֙ לְשָׂרֶ֔יהָ לְכֹהֲנֶ֖יהָ וּלְעַ֥ם הָאָֽרֶץ׃
19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
וְנִלְחֲמ֥וּ אֵלֶ֖יךָ וְלֹא־י֣וּכְלוּ לָ֑ךְ כִּֽי־אִתְּךָ֥ אֲנִ֛י נְאֻם־יְהוָ֖ה לְהַצִּילֶֽךָ׃ פ

< ଯିରିମୀୟ 1 >