< ଯିରିମୀୟ 1 >
1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
Parole di Geremia figlio di Chelkia, uno dei sacerdoti che dimoravano in Anatòt, nel territorio di Beniamino.
2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
A lui fu rivolta la parola del Signore al tempo di Giosia figlio di Amon, re di Giuda, l'anno decimoterzo del suo regno,
3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
e quindi anche al tempo di Ioiakìm figlio di Giosia, re di Giuda, fino alla fine dell'anno undecimo di Sedecìa figlio di Giosìa, re di Giuda, cioè fino alla deportazione di Gerusalemme avvenuta nel quinto mese.
4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Mi fu rivolta la parola del Signore:
5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
«Prima di formarti nel grembo materno, ti conoscevo, prima che tu uscissi alla luce, ti avevo consacrato; ti ho stabilito profeta delle nazioni».
6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Risposi: «Ahimè, Signore Dio, ecco io non so parlare, perché sono giovane».
7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Ma il Signore mi disse: «Non dire: Sono giovane, ma và da coloro a cui ti manderò e annunzia ciò che io ti ordinerò.
8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
Non temerli, perché io sono con te per proteggerti». Oracolo del Signore.
9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Il Signore stese la mano, mi toccò la bocca e il Signore mi disse: «Ecco, ti metto le mie parole sulla bocca.
10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
Ecco, oggi ti costituisco sopra i popoli e sopra i regni per sradicare e demolire, per distruggere e abbattere, per edificare e piantare».
11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
Mi fu rivolta questa parola del Signore: «Che cosa vedi, Geremia?». Risposi: «Vedo un ramo di mandorlo».
12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
Il Signore soggiunse: «Hai visto bene, poiché io vigilo sulla mia parola per realizzarla».
13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
Quindi mi fu rivolta di nuovo questa parola del Signore: «Che cosa vedi?». Risposi: «Vedo una caldaia sul fuoco inclinata verso settentrione».
14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
Il Signore mi disse: «Dal settentrione si rovescerà la sventura su tutti gli abitanti del paese.
15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
Poiché, ecco, io sto per chiamare tutti i regni del settentrione. Oracolo del Signore. Essi verranno e ognuno porrà il trono davanti alle porte di Gerusalemme, contro tutte le sue mura e contro tutte le città di Giuda.
16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
Allora pronunzierò i miei giudizi contro di loro, per tutto il male che hanno commesso abbandonandomi, per sacrificare ad altri dèi e prostrarsi davanti al lavoro delle proprie mani.
17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Tu, poi, cingiti i fianchi, alzati e dì loro tutto ciò che ti ordinerò; non spaventarti alla loro vista, altrimenti ti farò temere davanti a loro.
18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Ed ecco oggi io faccio di te come una fortezza, come un muro di bronzo contro tutto il paese, contro i re di Giuda e i suoi capi, contro i suoi sacerdoti e il popolo del paese.
19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Ti muoveranno guerra ma non ti vinceranno, perché io sono con te per salvarti». Oracolo del Signore.