< ଆୟୁବ 10 >

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
我實在厭惡我的生活,我要任意苦訴我的怨情,傾吐我心中的酸苦。
2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।
我要對天主說:不要定我的罪! 請告訴我:你為何與我作對﹖
3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
你對親手所造的,加以虐待和厭棄,卻顯揚惡人的計劃,為你豈有好處﹖
4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
你豈有肉眼,或者也像人一樣觀看嗎﹖
5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
你的日月豈像人的日月﹖你的年歲豈像人的年歲﹖
6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
你竟考查我的邪惡,追究我的罪過。
7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
其實你知道我並沒有罪過,也知道無人能拯救我脫離你的掌握。
8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
你親手形成了我,創造了我;此後你又轉念想消滅我。
9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
求你記憶:你造我時就像摶泥,難道還使我歸於泥土﹖
10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
你不是將我像奶倒出,使我凝結像一塊奶餅﹖
11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।
用皮和肉作我的衣服,用骨和筋把我全身聯絡起來﹖
12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
是你將我生命的恩惠賜給了我,細心照顧維持了我的氣息。
13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
這些事早已藏在你心中,我知道你久有此意:
14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
你監視我,看我是否犯罪;如果我有罪;你決不放過。
15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
我若有罪,我就有禍了! 我若有義,也不敢抬頭,因為我已備嘗凌辱,吃盡苦頭。
16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
我若抬頭,你就像獅子追捕我,向我表現你的奇能,
17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।
重新襲擊我,加倍對我洩怒。
18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
你為何叫我出離母胎﹖不如我那時斷氣,無人見我,
19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।
就好像從未有過我一樣,一出母胎即被送入墳墓。
20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,
我生存的日月不是很少嗎﹖你且放開我罷!
21 ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
趁我去而不返,未到冥暗死影之地,
22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”
即光明也是黑暗之地以前,讓我自在一下罷!

< ଆୟୁବ 10 >