< ଆୟୁବ 10 >

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
“Na gaji da rayuwa; saboda haka bari in faɗi zuciyata gabagadi yadda raina yake jin ba daɗi.
2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।
Zan ce wa Allah, kada ka hukunta ni, amma ka gaya mini laifin da na yi maka.
3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
Kana jin daɗin ba ni wahala, don me ka yashe ni, abin da ka halitta da hannunka, yayinda kake murmushi game da shirye-shiryen mugaye?
4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
Idanunka irin na mutum ne? Kana gani yadda mutum yake gani ne?
5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
Kwanakinka kamar na mutane ne, ko shekarunka kamar na mutane ne
6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
da za ka neme ni da laifi ka hukunta ni?
7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
Ko da yake ka san ba ni da laifi, kuma ba wanda zai iya cetona daga hannunka.
8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
“Da hannuwanka ka ƙera ni, kai ka halicce ni. Yanzu kuma kai za ka juya ka hallaka ni?
9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
Ka tuna cewa ka mulmula ni kamar yumɓu. Yanzu za ka mai da ni in zama ƙura kuma?
10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
Ba kai ka zuba ni kamar madara ba, na daskare kamar cuku.
11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।
Ka rufe ni da tsoka da fata, ka harhaɗa ni da ƙasusuwa da jijiyoyi?
12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
Ka ba ni rai ka kuma yi mini alheri, kuma cikin tanadinka ka kula da ruhuna.
13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
“Amma wannan shi ne abin da ka ɓoye a zuciyarka, na kuma san abin da yake cikin zuciyarka ke nan.
14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
In na yi zunubi kana kallo na kuma ba za ka fasa ba ni horo ba don laifin da na yi.
15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
Idan ina da laifi, kaitona! Ko da ba ni da laifi, ba zan iya ɗaga fuskata ba, gama kunya ta ishe ni duk ɓacin rai ya ishe ni.
16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
In na ɗaga kaina, za ka neme ni kamar zaki ka sāke nuna al’ajabin ikonka a kaina.
17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।
Kana sāke kawo sababbin waɗanda za su ba da shaida a kaina kana ƙara haushinka a kaina; kana ƙara kawo mini hari.
18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
“Me ya sa ka fito da ni daga cikin uwata? Da ma na mutu kafin a haife ni.
19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।
Da ma ba a halicce ni ba, da na mutu tun daga cikin cikin uwata na wuce zuwa kabari!
20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,
’Yan kwanakina ba su kusa ƙarewa ba ne? Ka rabu da ni don in ɗan samu sukuni na ɗan lokaci
21 ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
kafin in koma inda na fito, ƙasa mai duhu da inuwa sosai,
22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”
zuwa ƙasa mai duhun gaske, da inuwa da hargitsi, inda haske yake kamar duhu.”

< ଆୟୁବ 10 >