< ଆୟୁବ 11 >

1 ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,
拿瑪人瑣法回答說:
2 “ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?
這許多的言語豈不該回答嗎? 多嘴多舌的人豈可稱為義嗎?
3 ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
你誇大的話豈能使人不作聲嗎? 你戲笑的時候豈沒有人叫你害羞嗎?
4 କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’
你說:我的道理純全; 我在你眼前潔淨。
5 ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
惟願上帝說話; 願他開口攻擊你,
6 ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
並將智慧的奧祕指示你; 他有諸般的智識。 所以當知道上帝追討你 比你罪孽該得的還少。
7 ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?
你考察就能測透上帝嗎? 你豈能盡情測透全能者嗎?
8 ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର? (Sheol h7585)
他的智慧高於天,你還能做甚麼? 深於陰間,你還能知道甚麼? (Sheol h7585)
9 ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।
其量比地長, 比海寬。
10 ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?
他若經過,將人拘禁, 招人受審,誰能阻擋他呢?
11 କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି।
他本知道虛妄的人; 人的罪孽,他雖不留意,還是無所不見。
12 ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।
空虛的人卻毫無知識; 人生在世好像野驢的駒子。
13 ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
你若將心安正, 又向主舉手;
14 ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରିଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;
你手裏若有罪孽, 就當遠遠地除掉, 也不容非義住在你帳棚之中。
15 ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
那時,你必仰起臉來毫無斑點; 你也必堅固,無所懼怕。
16 ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;
你必忘記你的苦楚, 就是想起也如流過去的水一樣。
17 ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ।
你在世的日子要比正午更明, 雖有黑暗仍像早晨。
18 ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
你因有指望就必穩固, 也必四圍巡查,坦然安息。
19 ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
你躺臥,無人驚嚇, 且有許多人向你求恩。
20 ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”
但惡人的眼目必要失明。 他們無路可逃; 他們的指望就是氣絕。

< ଆୟୁବ 11 >