< ଆୟୁବ 12 >

1 ତହୁଁ ଆୟୁବ ଉତ୍ତର କରି କହିଲା,
Pamenepo Yobu anayankha kuti,
2 “ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
“Ndithudi inuyo ndinu anthu ndipo nzeru zanu zidzafera nanu pamodzi!
3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
Koma inenso ndili nazo nzeru ngati inu; ineyo sindine munthu wamba kwa inu. Ndani amene sadziwa zonse zimene mwanenazi?
4 ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
“Ndasanduka chinthu choseketsa kwa abwenzi anga, ngakhale ndinkapemphera kwa Mulungu ndipo Iye ankandiyankha. Ine ndasanduka chinthu chongoseketsa, ngakhale ndili wolungama ndi wosalakwa!
5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
Anthu amene ali pabwino amanyoza anzawo amene ali pa tsoka. Tsokalo limagwa pa amene wayamba kale kugwa.
6 ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
Nyumba za anthu achifwamba zimakhala pa mtendere, ndipo anthu amene amaputa Mulungu amakhala pabwino, amene amanyamula milungu yawo mʼmanja.
7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
“Koma funsa nyama zakuthengo ndipo zidzakuphunzitsa, kapena mbalame zamumlengalenga ndipo zidzakuwuza;
8 ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
kapena uyankhule ndi dziko lapansi ndipo lidzakuphunzitsa, kapena ulole nsomba zamʼnyanja kuti zikufotokozere.
9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
Kodi mwa zonsezi ndi chiti chimene sichidziwa kuti lachita zimenezi ndi dzanja la Yehova?
10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
Mʼmanja mwake ndi mʼmene muli moyo wa cholengedwa chilichonse, ndiponso moyo wa anthu a mitundu yonse.
11 ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
Kodi khutu sindiye limene limamva mawu monga mmene lilime limalawira chakudya?
12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
Kodi nzeru sipezeka pakati pa anthu okalamba? Kodi moyo wautali sumabweretsa nzeru zomvetsa zinthu?
13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
“Kwa Mulungu ndiye kuli nzeru ndi mphamvu; uphungu ndi kumvetsa zinthu ndi zake.
14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
Chimene Iye wapasula palibe angachimangenso. Akatsekera munthu mʼndende palibe angamutulutse.
15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
Iyeyo akamanga mvula dziko limawuma; akamasula mvulayo, madzi amasefukira pa dziko.
16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
Kwa Iye kuli mphamvu ndi kupambana; munthu wopusitsidwa ndiponso wopusitsa onse ali mu ulamuliro wake.
17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
Iye amalanda aphungu nzeru zawo ndipo amapusitsa oweruza.
18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
Iye amachotsa zingwe zimene mafumu anawamanga nazo ndipo amawamanga lamba mʼchiwuno mwawo.
19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
Iye amasocheretsa ansembe atawalanda nzeru zawo ndipo amagonjetsa anthu amphamvu amene ndi okhazikika.
20 ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
Iye amakhalitsa chete aphungu odalirika ndipo amalanda chidziwitso cha anthu akuluakulu.
21 ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
Iye amanyoza anthu otchuka ndipo anthu anyonga amawatha mphamvu.
22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
Iye amatulutsira poyera zinthu zozama za mu mdima ndipo mdima wandiweyaniwo amawusandutsa kuwala.
23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
Iye amakuza mitundu ya anthu ndipo amayiwononganso; amachulukitsa mitundu ya anthu ndipo amayimwazanso.
24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
Iye amalanda nzeru za atsogoleri a dziko lapansi; amawayendetsa mʼthengo mopanda njira.
25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।
Iwo amafufuzafufuza njira mu mdima wopanda chowunikira; Iye amawayendetsa dzandidzandi ngati oledzera.

< ଆୟୁବ 12 >