< ଆୟୁବ 12 >

1 ତହୁଁ ଆୟୁବ ଉତ୍ତର କରି କହିଲା,
約伯回答說:
2 “ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
你們真是子民哪, 你們死亡,智慧也就滅沒了。
3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
但我也有聰明,與你們一樣, 並非不及你們。 你們所說的,誰不知道呢?
4 ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
我這求告上帝、蒙他應允的人 竟成了朋友所譏笑的; 公義完全人竟受了人的譏笑。
5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
安逸的人心裏藐視災禍; 這災禍常常等待滑腳的人。
6 ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
強盜的帳棚興旺, 惹上帝的人穩固, 上帝多將財物送到他們手中。
7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
你且問走獸,走獸必指教你; 又問空中的飛鳥,飛鳥必告訴你;
8 ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
或與地說話,地必指教你; 海中的魚也必向你說明。
9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
看這一切, 誰不知道是耶和華的手做成的呢?
10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
凡活物的生命和人類的氣息都在他手中。
11 ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
耳朵豈不試驗言語, 正如上膛嘗食物嗎?
12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
年老的有智慧; 壽高的有知識。
13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
在上帝有智慧和能力; 他有謀略和知識。
14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
他拆毀的,就不能再建造; 他捆住人,便不得開釋。
15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
他把水留住,水便枯乾; 他再發出水來,水就翻地。
16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
在他有能力和智慧, 被誘惑的與誘惑人的都是屬他。
17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
他把謀士剝衣擄去, 又使審判官變成愚人。
18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
他放鬆君王的綁, 又用帶子捆他們的腰。
19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
他把祭司剝衣擄去, 又使有能的人傾敗。
20 ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
他廢去忠信人的講論, 又奪去老人的聰明。
21 ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
他使君王蒙羞被辱, 放鬆有力之人的腰帶。
22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
他將深奧的事從黑暗中彰顯, 使死蔭顯為光明。
23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
他使邦國興旺而又毀滅; 他使邦國開廣而又擄去。
24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
他將地上民中首領的聰明奪去, 使他們在荒廢無路之地漂流;
25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।
他們無光,在黑暗中摸索, 又使他們東倒西歪,像醉酒的人一樣。

< ଆୟୁବ 12 >