< ଆୟୁବ 13 >

1 ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।
Lo, mine eye hath seen all [this], mine ear hath heard and understood it.
2 ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।
What ye know, [the same] do I know also: I am not inferior unto you.
3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
Surely I would speak to the Almighty, and I desire to reason with God.
4 ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
But ye are forgers of lies, ye are all physicians of no value.
5 ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।
Oh that ye would altogether hold your peace! and it should be your wisdom.
6 ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର।
Hear now my reasoning, and hearken to the pleadings of my lips.
7 ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
Will ye speak unrighteously for God, and talk deceitfully for him?
8 ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?
Will ye respect his person? will ye contend for God?
9 ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
Is it good that he should search you out? or as one deceiveth a man, will ye deceive him?
10 ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
He will surely reprove you, if ye do secretly respect persons.
11 ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
Shall not his excellency make you afraid, and his dread fall upon you?
12 ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
Your memorable sayings [are] proverbs of ashes, your defences [are] defences of clay.
13 ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ।
Hold your peace, let me alone, that I may speak, and let come on me what wilt.
14 ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି?
Wherefore should I take my flesh in my teeth, and put my life in mine hand?
15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Though he slay me, yet will I wait for him: nevertheless I will maintain my ways before him.
16 ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।
This also shall be my salvation; for a godless man shall not come before him.
17 ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।
Hear diligently my speech, and let my declaration be in your ears.
18 ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।
Behold now, I have ordered my cause; I know that I am righteous.
19 ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।
Who is he that will contend with me? for now shall I hold my peace and give up the ghost.
20 କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।
Only do not two things unto me, then will I not hide myself from thy face:
21 ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।
Withdraw thine hand far from me; and let not thy terror make me afraid.
22 ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
Then call thou, and I will answer; or let me speak, and answer thou me.
23 ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
How many are mine iniquities and sins? make me to know my transgression and my sin.
24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
Wherefore hidest thou thy face, and holdest me for thine enemy?
25 ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
Wilt thou harass a driven leaf? and wilt thou pursue the dry stubble?
26 କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;
For thou writest bitter things against me, and makest me to inherit the iniquities of my youth:
27 ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
Thou puttest my feet also in the stocks, and markest all my paths; thou drawest thee a line about the soles of my feet:
28 ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।
Though I am like a rotten thing that consumeth, like a garment that is moth-eaten.

< ଆୟୁବ 13 >