< ଆୟୁବ 13 >
1 ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।
“Idanuna sun ga waɗannan duka, kunnuwana sun ji sun kuma gane.
2 ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।
Abin da kuka sani, ni ma na sani; ba ku fi ni ba.
3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
Amma ina so in yi magana da Maɗaukaki, in kai kukana wurin Allah kai tsaye.
4 ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
Ku kuma kun ishe ni da ƙarairayi; ku likitocin wofi ne, dukanku!
5 ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।
In da za ku yi shiru gaba ɗaya! Zai zama muku hikima.
6 ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର।
Ku ji gardamata yanzu; ku ji roƙon da zai fito daga bakina.
7 ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
Za ku iya yin muguwar magana a madadin Allah? Ko za ku yi ƙarya a madadinsa?
8 ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?
Ko za ku nuna masa sonkai? Ko za ku yi gardama a madadinsa?
9 ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
In ya bincike ku zai tarar ba ku da laifi? Ko za ku iya ruɗe shi yadda za ku ruɗi mutane?
10 ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
Ba shakka zai kwaɓe ku in kun nuna sonkai a ɓoye.
11 ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
Ko ikonsa ba ya ba ku tsoro? Tsoronsa ba zai auka muku ba?
12 ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
Duk surutanku kamar toka suke; kāriyarku na yimɓu ne.
13 ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ।
“Ku yi shiru zan yi magana; sa’an nan abin da zai same ni yă same ni.
14 ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି?
Don me na sa kaina cikin hatsari na yi kasada da raina?
15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Ko da zai kashe ni ne, begena a cikinsa zai kasance; ba shakka zan kāre kaina a gabansa
16 ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।
lalle wannan zai kawo mini kuɓuta gama ba wani marar tsoron Allah da zai iya zuwa wurinsa!
17 ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।
Ku saurara da kyau ku ji abin da zan faɗa; bari kunnuwanku su ji abin da zan ce.
18 ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।
Yanzu da na shirya ƙarata, na san za a ce ba ni da laifi.
19 ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।
Ko wani zai ce ga laifin da na yi? In an same ni da laifi, zan yi shiru in mutu.
20 କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।
“Kai dai biya mini waɗannan bukatu biyu kawai ya Allah, ba zan kuwa ɓoye daga gare ka ba;
21 ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।
Ka janye hannunka nesa da ni, ka daina ba ni tsoro da bantsoronka.
22 ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
Sa’an nan ka kira ni, zan kuwa amsa, ko kuma ka bar ni in yi magana sai ka amsa mini.
23 ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
Abubuwa nawa na yi waɗanda ba daidai ba, kuma zunubi ne? Ka nuna mini laifina da zunubina.
24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
Don me ka ɓoye mini fuskarka; ka kuma sa na zama kamar maƙiyinka?
25 ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
Ko za a wahalar da ganye wanda iska take hurawa? Ko za ka bi busasshiyar ciyawa?
26 କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;
Gama ka rubuta abubuwa marasa daɗi game da ni; ka sa na yi gādon zunuban ƙuruciyata.
27 ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
Ka daure ƙafafuna da sarƙa; kana kallon duk inda na taka ta wurin sa shaida a tafin ƙafafuna.
28 ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।
“Haka mutum yake lalacewa kamar ruɓaɓɓen abu, kamar rigar da asu ya cinye.