< ଆୟୁବ 14 >

1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
"Man, who is born of a woman, is of few days, and full of trouble.
2 ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
He comes forth like a flower, and is cut down. He also flees like a shadow, and doesn't continue.
3 ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
Do you open your eyes on such a one, and bring me into judgment with you?
4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।
Who can bring a clean thing out of an unclean? Not one.
5 ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
Seeing his days are determined, the number of his months is with you, and you have appointed his bounds that he can't pass;
6 ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
Look away from him, that he may rest, until he shall accomplish, as a hireling, his day.
7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
"For there is hope for a tree, If it is cut down, that it will sprout again, that the tender branch of it will not cease.
8 ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
Though its root grows old in the earth, and its stock dies in the ground,
9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
yet through the scent of water it will bud, and put forth boughs like a plant.
10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
But man dies, and is laid low. Yes, man gives up the spirit, and where is he?
11 ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
As the waters fail from the sea, and the river wastes and dries up,
12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
so man lies down and doesn't rise. Until the heavens are no more, they shall not awake, nor be roused out of their sleep.
13 ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ! (Sheol h7585)
"Oh that you would hide me in Sheol, that you would keep me secret, until your wrath is past, that you would appoint me a set time, and remember me. (Sheol h7585)
14 ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
If a man dies, shall he live again? All the days of my warfare would I wait, until my release should come.
15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
You would call, and I would answer you. You would have a desire to the work of your hands.
16 ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?
But now you number my steps. Do you not watch over my sin?
17 ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।
My disobedience is sealed up in a bag. You fasten up my iniquity.
18 ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
"But the mountain falling comes to nothing. The rock is removed out of its place;
19 ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଲାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।
The waters wear the stones. The torrents of it wash away the dust of the earth. So you destroy the hope of man.
20 ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
You forever prevail against him, and he departs. You change his face, and send him away.
21 ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
His sons come to honor, and he doesn't know it. They are brought low, but he doesn't perceive it of them.
22 ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”
But his flesh on him has pain, and his soul within him mourns."

< ଆୟୁବ 14 >