< ଆୟୁବ 15 >

1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
And Eliphaz the Temanite answereth and saith: —
2 “ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
Doth a wise man answer [with] vain knowledge? And fill [with] an east wind his belly?
3 ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
To reason with a word not useful? And speeches — no profit in them?
4 ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
Yea, thou dost make reverence void, And dost diminish meditation before God.
5 କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
For thy mouth teacheth thine iniquity, And thou chooseth the tongue of the subtile.
6 ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
Thy mouth declareth thee wicked, and not I, And thy lips testify against thee.
7 ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
The first man art thou born? And before the heights wast thou formed?
8 ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?
Of the secret counsel of God dost thou hear? And withdrawest thou unto thee wisdom?
9 ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
What hast thou known, and we know not? Understandest thou — and it is not with us?
10 ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
Both the gray-headed And the very aged [are] among us — Greater than thy father [in] days.
11 ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
Too few for thee are the comforts of God? And a gentle word [is] with thee,
12 ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ
What — doth thine heart take thee away? And what — are thine eyes high?
13 ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
For thou turnest against God thy spirit? And hast brought out words from thy mouth:
14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
What [is] man that he is pure, And that he is righteous, one born of woman?
15 ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
Lo, in His holy ones He putteth no credence, And the heavens have not been pure in His eyes.
16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
Also — surely abominable and filthy Is man drinking as water perverseness.
17 ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
I shew thee — hearken to me — And this I have seen and declare:
18 ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
Which the wise declare — And have not hid — from their fathers.
19 କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
To them alone was the land given, And a stranger passed not over into their midst:
20 ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
'All days of the wicked he is paining himself, And few years have been laid up for the terrible one.
21 ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
A fearful voice [is] in his ears, In peace doth a destroyer come to him.
22 ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;
He believeth not to return from darkness, And watched [is] he for the sword.
23 ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
He is wandering for bread — 'Where [is] it?' He hath known that ready at his hand Is a day of darkness.
24 ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
Terrify him do adversity and distress, They prevail over him As a king ready for a boaster.
25 କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
For he stretched out against God his hand, And against the Mighty he maketh himself mighty.
26 ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
He runneth unto Him with a neck, With thick bosses of his shields.
27 ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
For he hath covered his face with his fat, And maketh vigour over [his] confidence.
28 ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
And he inhabiteth cities cut off, houses not dwelt in, That have been ready to become heaps.
29 ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
He is not rich, nor doth his wealth rise, Nor doth he stretch out on earth their continuance.
30 ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
He turneth not aside from darkness, His tender branch doth a flame dry up, And he turneth aside at the breath of His mouth!
31 ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
Let him not put credence in vanity, He hath been deceived, For vanity is his recompence.
32 ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
Not in his day is it completed, And his bending branch is not green.
33 ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
He shaketh off as a vine his unripe fruit, And casteth off as an olive his blossom.
34 କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
For the company of the profane [is] gloomy, And fire hath consumed tents of bribery.
35 ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”
To conceive misery, and to bear iniquity, Even their heart doth prepare deceit.

< ଆୟୁବ 15 >