< ଆୟୁବ 17 >
1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।
My spirit is consumed, my days are extinct, the grave is ready for me.
2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।
Surely there are mockers with me, and my eye dwells upon their provocation.
3 ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
Give now a pledge, be surety for me with thyself. Who is there that will strike hands with me?
4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
For thou have hid their heart from understanding. Therefore thou shall not exalt them.
5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
He who denounces his friends for a prey, even the eyes of his sons shall fail.
6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
But he has made me a byword of the people, and they spit in my face.
7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
My eye also is dim because of sorrow, and all my members are as a shadow.
8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
Upright men shall be astonished at this, and the innocent shall stir himself up against the profane.
9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Yet the righteous shall hold on his way. And he who has clean hands shall grow stronger and stronger.
10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
But as for you all, come on now again, and I shall not find a wise man among you.
11 ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
My days are past. My purposes are broken off, even the thoughts of my heart.
12 ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
They change the night into day. The light, they say, is near to the darkness.
13 ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; (Sheol )
If I look for Sheol as my house, if I have spread my couch in the darkness, (Sheol )
14 ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’
if I have said to corruption, Thou are my father, to the worm, My mother, and my sister,
15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
where then is my hope? And as for my hope, who shall see it?
16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।” (Sheol )
It shall go down to the bars of Sheol when once there is rest in the dust. (Sheol )