< ଆୟୁବ 18 >

1 ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?
ויען בלדד השחי ויאמר
2 “ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
עד-אנה תשימון קנצי למלין תבינו ואחר נדבר
3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?
מדוע נחשבנו כבהמה נטמינו בעיניכם
4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?
טרף נפשו באפו הלמענך תעזב ארץ ויעתק-צור ממקמו
5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
גם אור רשעים ידעך ולא-יגה שביב אשו
6 ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
אור חשך באהלו ונרו עליו ידעך
7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
יצרו צעדי אונו ותשליכהו עצתו
8 ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
כי-שלח ברשת ברגליו ועל-שבכה יתהלך
9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।
יאחז בעקב פח יחזק עליו צמים
10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
טמון בארץ חבלו ומלכדתו עלי נתיב
11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
סביב בעתהו בלהות והפיצהו לרגליו
12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
יהי-רעב אנו ואיד נכון לצלעו
13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
יאכל בדי עורו יאכל בדיו בכור מות
14 ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
ינתק מאהלו מבטחו ותצעדהו למלך בלהות
15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
תשכון באהלו מבלי-לו יזרה על-נוהו גפרית
16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
מתחת שרשיו יבשו וממעל ימל קצירו
17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
זכרו-אבד מני-ארץ ולא-שם לו על-פני-חוץ
18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।
יהדפהו מאור אל-חשך ומתבל ינדהו
19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।
לא נין לו ולא-נכד בעמו ואין שריד במגוריו
20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
על-יומו נשמו אחרנים וקדמנים אחזו שער
21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”
אך-אלה משכנות עול וזה מקום לא-ידע-אל

< ଆୟୁବ 18 >