< ଆୟୁବ 19 >

1 ଏଥିରେ ଆୟୁବ ଉତ୍ତର କରି କହିଲା,
約伯回答說:
2 “ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?
你們叫我的心悲傷,說話苦惱我,要到何時﹖
3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
你們侮辱我,已有十次之多,苛待我卻不知羞愧。
4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।
我若實在錯了,錯自由我承當。
5 ଯଦି ତୁମ୍ଭେମାନେ ନିତାନ୍ତ ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
如果你們真要對我自誇,證明我的醜惡,
6 ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
你們應當知道:是天主虐待了我,是他用自己的羅網圍困了我。
7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।
我若高呼說:「殘暴,」但得不到答覆;我大聲呼冤,卻沒有正義。
8 ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।
他攔住我的去路,使我不得過去,使黑暗籠罩著我的去路。
9 ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି।
他奪去了我的光榮,摘下了我頭上的冠冕;
10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।
他四面打擊我,使我逝去;拔除我的希望,猶如拔樹。
11 ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
他對我怒火如焚,拿我當作他的仇敵。
12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
他的軍隊一齊開來,修好道路攻擊我,圍著我的帳幕紮營。
13 ସେ ମୋହର ଜ୍ଞାତିମାନଙ୍କୁ ମୋʼ ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
他使我的弟兄離棄我,使我的知己疏遠我。
14 ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।
鄰人和相識者都不見了,寄居我家的人都忘了我。
15 ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
我的婢女拿我當作外人,視我如一陌生人。
16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।
我呼喚僕人,他不回答;我必須親口央求他。
17 ମୋʼ ନିଶ୍ୱାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ।
我的氣味使妻子憎厭,我的同胞視我作臭物。
18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି।
連孩子們也輕慢我,我一起來,他們就凌辱我。
19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।
我的知交密友都憎惡我,我所愛的人也對我變了臉。
20 ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି।
我的骨頭緊貼著皮,我很徼幸還保留牙床。
21 ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
我的朋友,你們可憐可憐我罷! 因為天主的手打傷了我。
22 ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
你們為何如同天主一樣逼迫我,吃了我的肉還不知足呢﹖
23 ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା!
惟願我的話都記錄下來,都刻在銅板上;
24 ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
用鐵鑿刻在鉛版上,永遠鑿在磐石上。
25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
我確實知道為我伸冤者還活著,我的辯護人要在地上起立。
26 ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
我的皮膚雖由我身上脫落,但我仍要看見天主;
27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
要看見他站在我這一方,我親眼要看見他,並非外人;我的五內因熱望而耗盡。
28 ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?
如果你們說:「我們怎能難為他﹖怎能在他身上尋到這事的根由﹖」
29 ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ।”
你們應當害怕刀劍,因為報復罪惡者是刀劍;如此你們知道終有一個審判者。

< ଆୟୁବ 19 >