< ଆୟୁବ 19 >
1 ଏଥିରେ ଆୟୁବ ଉତ୍ତର କରି କହିଲା,
Sai Ayuba ya amsa,
2 “ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?
“Har yaushe za ku yi ta ba ni azaba ku kuma murƙushe ni da maganganunku?
3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
Yanzu sau goma ke nan kuna wulaƙanta ni, kuna kai mini hari na rashin kunya.
4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।
In gaskiya ne na yi laifi, kuskurena ya rage nawa.
5 ଯଦି ତୁମ୍ଭେମାନେ ନିତାନ୍ତ ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
In kuwa za ku ɗaukaka kanku a kaina kuna ɗauka wahalar da nake sha domin na yi laifi ne,
6 ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
sai ku san cewa Allah ya yi mini ba daidai ba ya kewaye ni da ragarsa.
7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।
“Ko da yake na yi kuka cewa, ‘An yi mini ba daidai ba!’ Ba a amsa mini ba; ko da yake na nemi taimako, ba a yi adalci ba.
8 ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।
Ya tare mini hanya yadda ba zan iya wucewa ba; ya rufe hanyata da duhu.
9 ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି।
Ya cire darajar da nake da ita, ya kuma cire rawani daga kaina.
10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।
Ya yi kaca-kaca da ni har sai da na ƙare; ya tuge begen da nake da shi kamar itace.
11 ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
Yana jin haushina ya lissafta ni cikin maƙiyansa.
12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
Rundunarsa ta zo da ƙarfi; suka kafa sansani kewaye da ni, suka zagaye tentina.
13 ସେ ମୋହର ଜ୍ଞାତିମାନଙ୍କୁ ମୋʼ ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
“Ya raba ni da’yan’uwana maza; abokaina sun zama baƙi gare ni.
14 ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।
Dangina sun tafi; abokaina na kurkusa sun manta da ni.
15 ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
Waɗanda sukan ziyarce ni, da masu yi mini aiki mata sun ɗauke ni baƙo.
16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।
Na kira bawana, amma bai amsa ba, ko da yake na roƙe shi da bakina.
17 ମୋʼ ନିଶ୍ୱାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ।
Numfashina yana ɓata wa matata rai;’yan’uwana sun ƙi ni.
18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି।
Har’yan yara suna rena ni; in sun gan ni sai su fara yi mini riyar reni.
19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।
Duk abokaina sun yashe ni; waɗanda nake ƙauna sun zama ba sa ƙaunata.
20 ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି।
Ni ba kome ba ne sai dai fata da ƙashi, da ƙyar na tsira.
21 ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
“Ku tausaya mini, abokaina, ku ji tausayina, gama hannun Allah ya sauko a kaina.
22 ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
Don me kuke fafarata kamar yadda Allah yake yi? Ba ku gaji da yagar fatata ba?
23 ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା!
“Kash, da ma a ce ana rubuta maganganuna, da an rubuta su a littafi,
24 ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
a rubuta su da ƙarfe a kan dutse don su dawwama har abada!
25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Na san wanda zai fanshe ni yana nan da rai, kuma a ƙarshe zai tsaya a kan duniya.
26 ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Kuma bayan an hallaka fatata, duk da haka a cikin jiki zan ga Allah.
27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
Zan gan shi da kaina da idanuna, Ni, ba wani ba ne. Zuciyata ta cika da wannan tunani!
28 ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?
“In kuka ce, ‘Za ku ci gaba da matsa mini, tun da shi ne tushen damuwa,’
29 ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ।”
sai ku ma ku ji tsoron takobin; gama fushi yakan kawo hukunci ta wurin takobi, sa’an nan za ku san cewa akwai shari’a.”