< ଆୟୁବ 2 >

1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
Again it fell upon a day, that the sons of God came to present themselves before the LORD, and Satan came also among them to present himself before the LORD.
2 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
And the LORD said unto Satan: 'From whence comest thou?' And Satan answered the LORD, and said: 'From going to and fro in the earth, and from walking up and down in it.'
3 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”
And the LORD said unto Satan: 'Hast thou considered my servant Job, that there is none like him in the earth, a whole-hearted and an upright man, one that feareth God, and shunneth evil? and he still holdeth fast his integrity, although thou didst move Me against him, to destroy him without cause.'
4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।
And Satan answered the LORD, and said: 'Skin for skin, yea, all that a man hath will he give for his life.
5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”
But put forth Thy hand now, and touch his bone and his flesh, surely he will blaspheme Thee to Thy face.'
6 ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”
And the LORD said unto Satan: 'Behold, he is in thy hand; only spare his life.'
7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
So Satan went forth from the presence of the LORD, and smote Job with sore boils from the sole of his foot even unto his crown.
8 ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
And he took him a potsherd to scrape himself therewith; and he sat among the ashes.
9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
Then said his wife unto him: 'Dost thou still hold fast thine integrity? blaspheme God, and die.'
10 ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
But he said unto her: 'Thou speakest as one of the impious women speaketh. What? shall we receive good at the hand of God, and shall we not receive evil?' For all this did not Job sin with his lips.
11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।
Now when Job's three friends heard of all this evil that was come upon him, they came every one from his own place, Eliphaz the Temanite, and Bildad the Shuhite, and Zophar the Naamathite; and they made an appointment together to come to bemoan him and to comfort him.
12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।
And when they lifted up their eyes afar off, and knew him not, they lifted up their voice, and wept; and they rent every one his mantle, and threw dust upon their heads toward heaven.
13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।
So they sat down with him upon the ground seven days and seven nights, and none spoke a word unto him; for they saw that his grief was very great.

< ଆୟୁବ 2 >