< ଆୟୁବ 2 >

1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
Siku nyingine wana wa Mungu walikuja kujionyesha mbele za Bwana. Shetani naye akaja pamoja nao kujionyesha mbele zake.
2 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
Bwana akamuuliza Shetani, “Umetoka wapi?” Shetani akamjibu Bwana “Natoka kuzunguka pote duniani, nikitembea huku na huko humo.”
3 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”
Bwana akamwambia Shetani, “Je, umemwangalia huyo mtumishi wangu Ayubu? Hakuna mtu mwingine duniani aliye kama yeye, mtu asiye na hatia, ni mnyofu, mwenye kumcha Mungu na kuepukana na uovu. Naye bado anadumisha uadilifu wake, ingawa ulinichochea dhidi yake, ili nimwangamize pasipo sababu.”
4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।
Shetani akamjibu Bwana, “Ngozi kwa ngozi! Mwanadamu atatoa vyote alivyo navyo kwa ajili ya uhai wake.
5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”
Lakini nyoosha mkono wako na kuipiga nyama yake na mifupa yake, naye kwa hakika atakulaani mbele za uso wako.”
6 ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”
Bwana akamwambia Shetani, “Vema sana, kwa hiyo, yeye yumo mikononi mwako, lakini lazima umwachie uhai wake.”
7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
Basi Shetani akatoka mbele za Bwana naye akampiga Ayubu kwa majipu mabaya tangu nyayo za miguu yake hadi utosi wa kichwa.
8 ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
Ndipo Ayubu akachukua kigae na kujikuna nacho huku akiketi kwenye majivu.
9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
Mke wake akamwambia, “Je, bado unashikamana na uadilifu wako? Mlaani Mungu nawe ukafe!”
10 ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
Akamjibu, “Unazungumza kama vile ambavyo mwanamke mpumbavu yeyote angenena. Je, tupokee mema mikononi mwa Mungu, nasi tusipokee na udhia?” Katika mambo haya yote, Ayubu hakutenda dhambi katika kusema kwake.
11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।
Basi marafiki watatu wa Ayubu, ndio Elifazi Mtemani, na Bildadi Mshuhi na Sofari Mnaamathi, waliposikia juu ya taabu yote iliyompata Ayubu, wakajipanga toka manyumbani mwao, nao wakakutana pamoja kwa makubaliano kwenda kumtuliza katika taabu hiyo na kumfariji.
12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।
Walipomwona kwa mbali, ilikuwa vigumu kumtambua. Wakaanza kulia kwa sauti kubwa, wakayararua majoho yao na kujirushia mavumbi juu ya vichwa vyao.
13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।
Kisha wakaketi chini kwenye udongo pamoja na Ayubu kwa siku saba usiku na mchana. Hakuna yeyote aliyesema naye neno, kwa sababu waliona jinsi mateso yake yalivyokuwa makubwa.

< ଆୟୁବ 2 >