< ଆୟୁବ 20 >

1 ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,
And Zophar the Naamathite answered and said,
2 “ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ।
Therefore do my thoughts give me an answer, and for this is my haste within me.
3 ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।
I hear a reproof putting me to shame; and [my] spirit answereth me by mine understanding.
4 ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
Knowest thou [not] this, that of old, since man was placed upon earth,
5 ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?
The exultation of the wicked is short, and the joy of the ungodly man but for a moment?
6 ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;
Though his height mount up to the heavens, and his head reach unto the clouds,
7 ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?
Like his own dung doth he perish for ever; they which have seen him shall say, Where is he?
8 ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।
He flieth away as a dream, and is not found; and is chased away as a vision of the night.
9 ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।
The eye which saw him shall [see him] not again; and his place beholdeth him no more.
10 ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।
His children shall seek the favour of the poor, and his hands restore his wealth.
11 ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।
His bones were full of his youthful strength; but it shall lie down with him in the dust.
12 ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;
Though wickedness be sweet in his mouth [and] he hide it under his tongue,
13 ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
[Though] he spare it, and forsake it not, but keep it within his mouth,
14 ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
His food is turned in his bowels; it is the gall of asps within him.
15 ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।
He hath swallowed down riches, but he shall vomit them up again: God shall cast them out of his belly.
16 ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
He shall suck the poison of asps; the viper's tongue shall kill him.
17 ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।
He shall not see streams, rivers, brooks of honey and butter.
18 ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।
That which he laboured for shall he restore, and not swallow down; its restitution shall be according to the value, and he shall not rejoice [therein].
19 କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।
For he hath oppressed, hath forsaken the poor; he hath violently taken away a house that he did not build.
20 ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।
Because he knew no rest in his craving, he shall save nought of what he most desired.
21 ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।
Nothing escaped his greediness; therefore his prosperity shall not endure.
22 ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।
In the fulness of his sufficiency he shall be in straits; every hand of the wretched shall come upon him.
23 ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।
It shall be that, to fill his belly, he will cast his fierce anger upon him, and will rain it upon him into his flesh.
24 ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।
If he have fled from the iron weapon, the bow of brass shall strike him through.
25 ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
He draweth it forth; it cometh out of his body, and the glittering point out of his gall: terrors are upon him.
26 ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।
All darkness is laid up for his treasures: a fire not blown shall devour him; it shall feed upon what is left in his tent.
27 ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।
The heavens shall reveal his iniquity, and the earth shall rise up against him.
28 ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ୱରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।
The increase of his house shall depart, flowing away in the day of his anger.
29 ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”
This is the portion of the wicked man from God, and the heritage appointed to him by God.

< ଆୟୁବ 20 >