< ଆୟୁବ 21 >

1 ଏଥିରେ ଆୟୁବ ଉତ୍ତର କରି କହିଲା,
Pamenepo Yobu anayankha kuti,
2 “ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।
“Mvetserani bwino mawu anga; ichi chikhale chitonthozo changa chochokera kwa inu.
3 ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
Ndiloleni ndiyankhule ndipo ndikatha kuyankhula munditonzetonze.
4 ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
“Kodi ine ndikudandaulira munthu? Tsono ndilekerenji kupsa mtima?
5 ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
Ndipenyeni ndipo mudabwe; mugwire dzanja pakamwa.
6 ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।
Ndikamaganiza zimenezi ndimachita mantha kwambiri; thupi langa limanjenjemera.
7 ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
Chifukwa chiyani anthu oyipa amakhalabe ndi moyo, amakalamba ndi kusanduka amphamvu?
8 ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।
Amaona ana awo akukhazikika pamodzi nawo, zidzukulu zawo zikukula bwino iwo akuona.
9 ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।
Mabanja awo amakhala pa mtendere ndipo sakhala ndi mantha; mkwapulo wa Mulungu suwakhudza nʼkomwe.
10 ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।
Ngʼombe zawo zazimuna sizilephera kubereketsa; ngʼombe zawo zazikazi sizipoloza.
11 ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।
Amatulutsa ana awo ngati gulu la nkhosa; makanda awo amavinavina pabwalo.
12 ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।
Amayimba nyimbo pogwiritsa ntchito matambolini ndi azeze; amakondwa pakumva kulira kwa chitoliro.
13 ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି। (Sheol h7585)
Zaka zawo zimatha ali mu ulemerero ndipo amatsikira ku manda mwamtendere. (Sheol h7585)
14 ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
Koma anthuwo amawuza Mulungu kuti, ‘Tichokereni!’ Ife tilibe chikhumbokhumbo chofuna kudziwa njira zanu.
15 ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’
Kodi Wamphamvuzonseyo ndani kuti timutumikire? Ife tipindula chiyani tikamapemphera kwa Iyeyo?
16 ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।
Komatu ulemerero wawo suli mʼmanja mwawo, koma ine ndimakhala patali ndi uphungu wa anthu oyipa.
17 କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?
“Koma nʼkangati kamene nyale ya anthu oyipa imazimitsidwa? Nʼkangati kamene tsoka limawagwera? Nʼkangati kamene Mulungu amawakwiyira ndi kuwalanga?
18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
Nʼkangati kamene iwo amakhala ngati phesi lowuluka ndi mphepo, ngati mungu wowuluzika ndi kamvuluvulu?
19 ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
Paja amati, ‘Mulungu amalanga ana chifukwa cha machimo abambo awo.’ Koma Mulungu amabwezera chilango munthuyo, kuti adziwe kuti Mulungu amalangadi.
20 ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
Mulole kuti adzionere yekha chilango chake, kuti alawe ukali wa Wamphamvuzonse.
21 କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?
Nanga kodi amalabadira chiyani zabanja lake limene walisiya mʼmbuyo, pamene chiwerengero cha masiku ake chatha?
22 ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
“Kodi alipo wina amene angaphunzitse Mulungu nzeru, poti Iye amaweruza ngakhale anthu apamwamba?
23 କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
Munthu wina amamwalira ali ndi mphamvu zonse, ali pa mtendere ndi pa mpumulo,
24 ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
thupi lake lili lonenepa, mafupa ake ali odzaza ndi mafuta.
25 ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
Munthu wina amamwalira ali wowawidwa mtima, wosalawapo chinthu chabwino chilichonse.
26 ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
Olemera ndi osauka omwe amamwalira ndi kuyikidwa mʼmanda ndipo onse amatuluka mphutsi.
27 ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
“Ndikudziwa bwino zimene mukuganiza, ziwembu zanu zomwe mukuti mundichitire.
28 କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’
Inu mukuti, ‘Kodi nyumba ya mkulu uja ili kuti, matenti amene munkakhala anthu oyipa aja ali kuti?’
29 ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
Kodi munawafunsapo anthu amene ali pa ulendo? Kodi munaganizirapo zimene iwo amanena?
30 ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?
Zakuti munthu woyipa amasungidwa chifukwa cha tsiku la tsoka, kuti amapulumutsidwa chifukwa cha tsiku la ukali wa Mulungu?
31 ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?
Kodi ndani amadzudzula munthu wochimwayo? Ndani amamubwezera zoyipa zimene anachita?
32 ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ।
Iye amanyamulidwa kupita ku manda ndipo anthu amachezera pa manda ake.
33 ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ।
Dothi la ku chigwa limamukomera; anthu onse amatsatira mtembo wake, ndipo anthu osawerengeka amakhala patsogolo pa chitanda chakecho.
34 ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”
“Nanga inu mudzanditonthoza bwanji ine ndi mawu anu opandapakewo palibe chimene chatsala kuti muyankhe koma mabodza basi!”

< ଆୟୁବ 21 >