< ଆୟୁବ 22 >
1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
Pamenepo Elifazi wa ku Temani anayankha kuti,
2 “ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
“Kodi munthu nʼkukhala waphindu kwa Mulungu? Kodi munthu wanzeru angamupindulire Iye?
3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
Kodi Wamphamvuzonse akanapeza chabwino chotani iweyo ukanakhala wolungama? Kodi iyeyo akanapeza phindu lanji makhalidwe ako akanakhala angwiro?
4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
“Kodi nʼchifukwa choti umamuopa, kuti azikudzudzula, kuti azifuna kukukokera ku mlandu?
5 ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
Kodi osati nʼchifukwa chakuti kuyipa kwako nʼkwakukulu? Kodi machimo ako si opanda malire?
6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
Iwe unkawumiriza abale ako kuti akupatse chikole popanda chifukwa; umalanda anthu zovala zawo ndi kuwasiya amaliseche.
7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
Sunawapatse madzi anthu otopa, ndipo unawamana chakudya anthu anjala,
8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।
ngakhale unali munthu wamphamvu, wokhala ndi malo akeake, munthu waulemu wake, wokhala mʼdzikomo.
9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
Ndipo akazi amasiye unawachotsa wopanda kanthu, ndipo unapondereza ana amasiye.
10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
Nʼchifukwa chake misampha yakuzungulira, nʼchifukwa chake tsoka ladzidzidzi lakuchititsa mantha,
11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
nʼchifukwa chake kuli mdima kuti sungathe kuona kanthu, nʼchifukwa chakenso madzi achigumula akumiza.
12 ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
“Kodi Mulungu sali kutalitali kumwamba? Ndipo ona nyenyezi zili mmwamba kwambirizo, ona kutalika kwake pamene zililipo!
13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?
Komabe iweyo ukunena kuti, ‘Kodi Mulungu amadziwa chiyani? Kodi Iye amaweruza mu mdima woterewu?
14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’
Mitambo yakuda yamuphimba, kotero kuti Iye sakutiona pamene akuyendayenda pamwamba pa thambopo.’
15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?
Kodi iwe udzayendabe mʼnjira yakale imene anthu oyipa ankayendamo?
16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
Iwo anachotsedwa nthawi yawo isanakwane, maziko awo anakokoloka ndi madzi achigumula.
17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
Anthuwo anati kwa Mulungu, ‘Tichokereni! Kodi Wamphamvuzonse angatichitire chiyani?’
18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
Chonsecho ndi Iye amene anadzaza nyumba zawo ndi zinthu zabwino, choncho ine sindigwirizana ndi uphungu wa anthu oyipa.
19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
“Anthu olungama amaona kuwonongeka kwawo ndipo amakondwera; anthu osalakwa amangoseka, akamuona woyipa akulangidwa.
20 ‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
Amanena kuti, ‘Ndithudi adani athu awonongeka ndipo moto wawononga chuma chawo!’
21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
“Gonjera Mulungu kuti ukhale naye pamtendere; ukatero udzaona zabwino.
22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
Landira malangizo a pakamwa pake ndipo usunge mawu ake mu mtima mwako.
23 ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
Ukabwerera kwa Wamphamvuzonse udzabwezeretsedwa; ukachotsa zoyipa zonse zimene zimachitika mʼnyumba mwako,
24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
ndipo chuma chamtengowapatali nuchiona ngati fumbi, golide wa ku Ofiri numutaya ku miyala ya ku zigwa.
25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
Pamenepo Wamphamvuzonseyo adzakhala golide wako, siliva wako wamtengowapatali.
26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
Pamenepo udzakondwera naye Wamphamvuzonse ndipo udzakweza nkhope yako kwa Mulungu.
27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
Udzamupempha ndipo adzakumvera, ndipo udzapereka zimene unalonjeza.
28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
Chimene watsimikiza kuti uchite, chidzachitikadi, kuwala kudzakuwunikira pa njira yako.
29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
Pamene anthu agwetsedwa pansi, iwe nʼkunena kuti, ‘Akwezeni!’ Pamenepo Iye adzapulumutsa anthu oponderezedwa.
30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
Iye adzapulumutsa ngakhale munthu amene ndi wolakwa, ameneyo adzapulumutsidwa kudzera mʼkulungama kwako.”