< ଆୟୁବ 22 >
1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
Then Eliphaz the Temanite answered and said,
2 “ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
Can a man be profitable to God, as he that is wise may be profitable to himself?
3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
Is it any pleasure to the Almighty, that you are righteous? or is it gain to him, that you make your ways perfect?
4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
Will he reprove you for fear of you? will he enter with you into judgment?
5 ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
Is not your wickedness great? and your iniquities infinite?
6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
For you have taken a pledge from your brother for nothing, and stripped the naked of their clothing.
7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
You have not given water to the weary to drink, and you have withheld bread from the hungry.
8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।
But as for the mighty man, he had the earth; and the honorable man dwelled in it.
9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
You have sent widows away empty, and the arms of the fatherless have been broken.
10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
Therefore snares are round about you, and sudden fear troubles you;
11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
Or darkness, that you can not see; and abundance of waters cover you.
12 ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
Is not God in the height of heaven? and behold the height of the stars, how high they are!
13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?
And you say, How does God know? can he judge through the dark cloud?
14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’
Thick clouds are a covering to him, that he sees not; and he walks in the circuit of heaven.
15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?
Have you marked the old way which wicked men have trodden?
16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
Which were cut down out of time, whose foundation was overflowed with a flood:
17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
Which said to God, Depart from us: and what can the Almighty do for them?
18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
Yet he filled their houses with good things: but the counsel of the wicked is far from me.
19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
The righteous see it, and are glad: and the innocent laugh them to scorn.
20 ‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
Whereas our substance is not cut down, but the remnant of them the fire consumes.
21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
Acquaint now yourself with him, and be at peace: thereby good shall come to you.
22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
Receive, I pray you, the law from his mouth, and lay up his words in your heart.
23 ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
If you return to the Almighty, you shall be built up, you shall put away iniquity far from your tabernacles.
24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
Then shall you lay up gold as dust, and the gold of Ophir as the stones of the brooks.
25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
Yes, the Almighty shall be your defense, and you shall have plenty of silver.
26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
For then shall you have your delight in the Almighty, and shall lift up your face to God.
27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
You shall make your prayer to him, and he shall hear you, and you shall pay your vows.
28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
You shall also decree a thing, and it shall be established to you: and the light shall shine on your ways.
29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
When men are cast down, then you shall say, There is lifting up; and he shall save the humble person.
30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
He shall deliver the island of the innocent: and it is delivered by the pureness of your hands.