< ଆୟୁବ 23 >

1 ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
וַיַּ֥עַן אִיּ֗וֹב וַיֹּאמַֽר׃
2 ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
גַּם־הַ֭יּוֹם מְרִ֣י שִׂחִ֑י יָ֝דִ֗י כָּבְדָ֥ה עַל־אַנְחָתִֽי׃
3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
מִֽי־יִתֵּ֣ן יָ֭דַעְתִּי וְאֶמְצָאֵ֑הוּ אָ֝ב֗וֹא עַד־תְּכוּנָתֽוֹ׃
4 ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
אֶעֶרְכָ֣ה לְפָנָ֣יו מִשְׁפָּ֑ט וּ֝פִ֗י אֲמַלֵּ֥א תוֹכָחֽוֹת׃
5 ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।
אֵ֭דְעָה מִלִּ֣ים יַעֲנֵ֑נִי וְ֝אָבִ֗ינָה מַה־יֹּ֥אמַר לִֽי׃
6 ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।
הַבְּרָב־כֹּ֭חַ יָרִ֣יב עִמָּדִ֑י לֹ֥א אַךְ־ה֝֗וּא יָשִׂ֥ם בִּֽי׃
7 ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।
שָׁ֗ם יָ֭שָׁר נוֹכָ֣ח עִמּ֑וֹ וַאֲפַלְּטָ֥ה לָ֝נֶ֗צַח מִשֹּׁפְטִֽי׃
8 ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;
הֵ֤ן קֶ֣דֶם אֶהֱלֹ֣ךְ וְאֵינֶ֑נּוּ וְ֝אָח֗וֹר וְֽלֹא־אָבִ֥ין לֽוֹ׃
9 ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।
שְׂמֹ֣אול בַּעֲשֹׂת֣וֹ וְלֹא־אָ֑חַז יַעְטֹ֥ף יָ֝מִ֗ין וְלֹ֣א אֶרְאֶֽה׃
10 ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
כִּֽי־יָ֭דַע דֶּ֣רֶךְ עִמָּדִ֑י בְּ֝חָנַ֗נִי כַּזָּהָ֥ב אֵצֵֽא׃
11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
בַּ֭אֲשֻׁרוֹ אָחֲזָ֣ה רַגְלִ֑י דַּרְכּ֖וֹ שָׁמַ֣רְתִּי וְלֹא־אָֽט׃
12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
מִצְוַ֣ת שְׂ֭פָתָיו וְלֹ֣א אָמִ֑ישׁ מֵ֝חֻקִּ֗י צָפַ֥נְתִּי אִמְרֵי־פִֽיו׃
13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
וְה֣וּא בְ֭אֶחָד וּמִ֣י יְשִׁיבֶ֑נּוּ וְנַפְשׁ֖וֹ אִוְּתָ֣ה וַיָּֽעַשׂ׃
14 କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।
כִּ֭י יַשְׁלִ֣ים חֻקִּ֑י וְכָהֵ֖נָּה רַבּ֣וֹת עִמּֽוֹ׃
15 ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।
עַל־כֵּ֭ן מִפָּנָ֣יו אֶבָּהֵ֑ל אֶ֝תְבּוֹנֵ֗ן וְאֶפְחַ֥ד מִמֶּֽנּוּ׃
16 କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
וְ֭אֵל הֵרַ֣ךְ לִבִּ֑י וְ֝שַׁדַּ֗י הִבְהִילָֽנִי׃
17 ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।
כִּֽי־לֹ֣א נִ֭צְמַתִּי מִפְּנֵי־חֹ֑שֶׁךְ וּ֝מִפָּנַ֗י כִּסָּה־אֹֽפֶל׃

< ଆୟୁବ 23 >