< ଆୟୁବ 24 >

1 କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?
מדוע משדי לא נצפנו עתים וידעו לא חזו ימיו׃
2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
גבלות ישיגו עדר גזלו וירעו׃
3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।
חמור יתומים ינהגו יחבלו שור אלמנה׃
4 ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।
יטו אביונים מדרך יחד חבאו עניי ארץ׃
5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।
הן פראים במדבר יצאו בפעלם משחרי לטרף ערבה לו לחם לנערים׃
6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।
בשדה בלילו יקצירו וכרם רשע ילקשו׃
7 ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
ערום ילינו מבלי לבוש ואין כסות בקרה׃
8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।
מזרם הרים ירטבו ומבלי מחסה חבקו צור׃
9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
יגזלו משד יתום ועל עני יחבלו׃
10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
ערום הלכו בלי לבוש ורעבים נשאו עמר׃
11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
בין שורתם יצהירו יקבים דרכו ויצמאו׃
12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
מעיר מתים ינאקו ונפש חללים תשוע ואלוה לא ישים תפלה׃
13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
המה היו במרדי אור לא הכירו דרכיו ולא ישבו בנתיבתיו׃
14 ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।
לאור יקום רוצח יקטל עני ואביון ובלילה יהי כגנב׃
15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
ועין נאף שמרה נשף לאמר לא תשורני עין וסתר פנים ישים׃
16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।
חתר בחשך בתים יומם חתמו למו לא ידעו אור׃
17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”
כי יחדו בקר למו צלמות כי יכיר בלהות צלמות׃
18 “ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।
קל הוא על פני מים תקלל חלקתם בארץ לא יפנה דרך כרמים׃
19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ। (Sheol h7585)
ציה גם חם יגזלו מימי שלג שאול חטאו׃ (Sheol h7585)
20 ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।
ישכחהו רחם מתקו רמה עוד לא יזכר ותשבר כעץ עולה׃
21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ।
רעה עקרה לא תלד ואלמנה לא ייטיב׃
22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।
ומשך אבירים בכחו יקום ולא יאמין בחיין׃
23 ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
יתן לו לבטח וישען ועיניהו על דרכיהם׃
24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।
רומו מעט ואיננו והמכו ככל יקפצון וכראש שבלת ימלו׃
25 ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?”
ואם לא אפו מי יכזיבני וישם לאל מלתי׃

< ଆୟୁବ 24 >