< ଆୟୁବ 25 >

1 ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
時にシユヒ人ビルダデこたへて曰く
2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
神は大權を握りたまふ者 畏るべき者にましまし 高き處に平和を施したまふ
3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
その軍旅數ふることを得んや 其光明なに物をか照さざらん
4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
然ば誰か神の前に正義かるべき 婦人の産し者いかでか清かるべき
5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
視よ月も輝かず 星も其目には清明ならず
6 ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”
いはんや蛆のごとき人 蟲のごとき人の子をや

< ଆୟୁବ 25 >