< ଆୟୁବ 25 >

1 ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
6 ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”
ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”

< ଆୟୁବ 25 >