< ଆୟୁବ 26 >

1 ତହିଁରେ ଆୟୁବ ଉତ୍ତର କରି କହିଲା,
约伯回答说:
2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
无能的人蒙你何等的帮助! 膀臂无力的人蒙你何等的拯救!
3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
无智慧的人蒙你何等的指教! 你向他多显大知识!
4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
你向谁发出言语来? 谁的灵从你而出?
5 “ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
在大水和水族以下的阴魂战兢。
6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol h7585)
在 神面前,阴间显露; 灭亡也不得遮掩。 (Sheol h7585)
7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
神将北极铺在空中, 将大地悬在虚空;
8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
将水包在密云中, 云却不破裂;
9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
遮蔽他的宝座, 将云铺在其上;
10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
在水面的周围划出界限, 直到光明黑暗的交界。
11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
天的柱子因他的斥责震动惊奇。
12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
他以能力搅动大海; 他借知识打伤拉哈伯,
13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
借他的灵使天有妆饰; 他的手刺杀快蛇。
14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”
看哪,这不过是 神工作的些微; 我们所听于他的是何等细微的声音! 他大能的雷声谁能明透呢?

< ଆୟୁବ 26 >