< ଆୟୁବ 26 >
1 ତହିଁରେ ଆୟୁବ ଉତ୍ତର କରି କହିଲା,
Then Job answered:
2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
“How you have helped the powerless and saved the arm that is feeble!
3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
How you have counseled the unwise and provided fully sound insight!
4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
To whom have you uttered these words? And whose spirit spoke through you?
5 “ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
The dead tremble— those beneath the waters and those who dwell in them.
6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol )
Sheol is naked before God, and Abaddon has no covering. (Sheol )
7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
He stretches out the north over empty space; He hangs the earth upon nothing.
8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
He wraps up the waters in His clouds, yet the clouds do not burst under their own weight.
9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
He covers the face of the full moon, spreading over it His cloud.
10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
He has inscribed a horizon on the face of the waters at the boundary between light and darkness.
11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
The foundations of heaven quake, astounded at His rebuke.
12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
By His power He stirred the sea; by His understanding He shattered Rahab.
13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
By His breath the skies were cleared; His hand pierced the fleeing serpent.
14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”
Indeed, these are but the fringes of His ways; how faint is the whisper we hear of Him! Who then can understand the thunder of His power?”