< ଆୟୁବ 27 >

1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
ויסף איוב שאת משלו ויאמר׃
2 “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
חי אל הסיר משפטי ושדי המר נפשי׃
3 (କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,
כי כל עוד נשמתי בי ורוח אלוה באפי׃
4 ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
אם תדברנה שפתי עולה ולשוני אם יהגה רמיה׃
5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
חלילה לי אם אצדיק אתכם עד אגוע לא אסיר תמתי ממני׃
6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
בצדקתי החזקתי ולא ארפה לא יחרף לבבי מימי׃
7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
יהי כרשע איבי ומתקוממי כעול׃
8 କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
כי מה תקות חנף כי יבצע כי ישל אלוה נפשו׃
9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?
הצעקתו ישמע אל כי תבוא עליו צרה׃
10 ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?
אם על שדי יתענג יקרא אלוה בכל עת׃
11 ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
אורה אתכם ביד אל אשר עם שדי לא אכחד׃
12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”
הן אתם כלכם חזיתם ולמה זה הבל תהבלו׃
13 “ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।
זה חלק אדם רשע עם אל ונחלת עריצים משדי יקחו׃
14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
אם ירבו בניו למו חרב וצאצאיו לא ישבעו לחם׃
15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।
שרידו במות יקברו ואלמנתיו לא תבכינה׃
16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
אם יצבר כעפר כסף וכחמר יכין מלבוש׃
17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।
יכין וצדיק ילבש וכסף נקי יחלק׃
18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
בנה כעש ביתו וכסכה עשה נצר׃
19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।
עשיר ישכב ולא יאסף עיניו פקח ואיננו׃
20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।
תשיגהו כמים בלהות לילה גנבתו סופה׃
21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।
ישאהו קדים וילך וישערהו ממקמו׃
22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
וישלך עליו ולא יחמל מידו ברוח יברח׃
23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।
ישפק עלימו כפימו וישרק עליו ממקמו׃

< ଆୟୁବ 27 >