< ଆୟୁବ 28 >

1 ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।
כי יש לכסף מוצא ומקום לזהב יזקו׃
2 ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।
ברזל מעפר יקח ואבן יצוק נחושה׃
3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
קץ שם לחשך ולכל תכלית הוא חוקר אבן אפל וצלמות׃
4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
פרץ נחל מעם גר הנשכחים מני רגל דלו מאנוש נעו׃
5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
ארץ ממנה יצא לחם ותחתיה נהפך כמו אש׃
6 ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
מקום ספיר אבניה ועפרת זהב לו׃
7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
נתיב לא ידעו עיט ולא שזפתו עין איה׃
8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
לא הדריכהו בני שחץ לא עדה עליו שחל׃
9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
בחלמיש שלח ידו הפך משרש הרים׃
10 ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
בצורות יארים בקע וכל יקר ראתה עינו׃
11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
מבכי נהרות חבש ותעלמה יצא אור׃
12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
והחכמה מאין תמצא ואי זה מקום בינה׃
13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
לא ידע אנוש ערכה ולא תמצא בארץ החיים׃
14 ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
תהום אמר לא בי היא וים אמר אין עמדי׃
15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
לא יתן סגור תחתיה ולא ישקל כסף מחירה׃
16 ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
לא תסלה בכתם אופיר בשהם יקר וספיר׃
17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
לא יערכנה זהב וזכוכית ותמורתה כלי פז׃
18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
ראמות וגביש לא יזכר ומשך חכמה מפנינים׃
19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
לא יערכנה פטדת כוש בכתם טהור לא תסלה׃
20 ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ?
והחכמה מאין תבוא ואי זה מקום בינה׃
21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
ונעלמה מעיני כל חי ומעוף השמים נסתרה׃
22 ବିନାଶ ଓ ମୃତ୍ୟୁୁ କହନ୍ତି, ‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’
אבדון ומות אמרו באזנינו שמענו שמעה׃
23 ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
אלהים הבין דרכה והוא ידע את מקומה׃
24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
כי הוא לקצות הארץ יביט תחת כל השמים יראה׃
25 ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
לעשות לרוח משקל ומים תכן במדה׃
26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;
בעשתו למטר חק ודרך לחזיז קלות׃
27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।
אז ראה ויספרה הכינה וגם חקרה׃
28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”
ויאמר לאדם הן יראת אדני היא חכמה וסור מרע בינה׃

< ଆୟୁବ 28 >