< ଆୟୁବ 3 >

1 ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।
Then, opening his mouth, and cursing the day of his birth,
2 ପୁଣି, ଆୟୁବ ଉତ୍ତର କରି କହିଲା;
Job made answer and said,
3 “ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;
Let destruction take the day of my birth, and the night on which it was said, A man child has come into the world.
4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।
That day — let it be dark; let not God take note of it from on high, and let not the light be shining on it;
5 ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।
Let the dark and the black night take it for themselves; let it be covered with a cloud; let the dark shades of day send fear on it.
6 ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ।
That night — let the thick dark take it; let it not have joy among the days of the year; let it not come into the number of the months.
7 ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।
As for that night, let it have no fruit; let no voice of joy be sounded in it;
8 ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
Let it be cursed by those who put a curse on the day; who are ready to make Leviathan awake.
9 ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
Let its morning stars be dark; let it be looking for light, but may it not have any; let it not see the eyes of the dawn.
10 କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ।
Because it did not keep the doors of my mother's body shut, so that trouble might be veiled from my eyes.
11 ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
Why did death not take me when I came out of my mother's body, why did I not, when I came out, give up my last breath?
12 ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?
Why did the knees take me, or why the breasts that they might give me milk?
13 ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
For then I might have gone to my rest in quiet, and in sleep have been in peace,
14 ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
With kings and the wise ones of the earth, who put up great houses for themselves;
15 ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
Or with rulers who had gold, and whose houses were full of silver;
16 ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।
Or as a child dead at birth I might never have come into existence; like young children who have not seen the light.
17 ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।
There the passions of the evil are over, and those whose strength has come to an end have rest.
18 ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।
There the prisoners are at peace together; the voice of the overseer comes not again to their ears.
19 ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।
The small and the great are there, and the servant is free from his master.
20 ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
Why does he give light to him who is in trouble, and life to the bitter in soul;
21 ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
To those whose desire is for death, but it comes not; who are searching for it more than for secret wealth;
22 ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?
Who are glad with great joy, and full of delight when they come to their last resting-place;
23 ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ?
To a man whose way is veiled, and who is shut in by God?
24 କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।
In place of my food I have grief, and cries of sorrow come from me like water.
25 ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ।
For I have a fear and it comes on me, and my heart is greatly troubled.
26 ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।”
I have no peace, no quiet, and no rest; nothing but pain comes on me.

< ଆୟୁବ 3 >