< ଆୟୁବ 30 >
1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
“Koma tsopano akundinyoza, ana angʼonoangʼono kwa ine, anthu amene makolo awo sindikanawalola kuti azithandizana ndi agalu anga kuweta nkhosa zanga.
2 ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
Kodi mphamvu zawo ndi za phindu lanji kwa ine, pakuti mphamvu zawo zinatha kale?
3 ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
Anali atatheratu kuwonda ndi njala, ankayendayenda mʼdziko lopanda madzi, mʼchipululu usiku.
4 ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
Ankathyola therere ndi masamba owawa, ndipo chakudya chawo chinali mizu ya mitengo ya masache.
5 ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
Anapirikitsidwa pakati pa anthu anzawo, akuwakuwiza ngati kuti anali akuba.
6 ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
Anawumirizidwa kukhala ku zigwembe za mitsinje yowuma, pakati pa matanthwe ndi mʼmaenje a mʼnthaka.
7 ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
Ankalira ngati nyama kuthengo ndipo ankawunjikana pamodzi pa ziyangoyango.
8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
Anali anthu achabechabe ndi wopanda dzina, anathamangitsidwa mʼdziko.
9 ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
“Ndipo tsopano ana awo akundiyimba nyimbo zachipongwe; ineyo ndasanduka chisudzo chawo.
10 ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
Iwo amanyansidwa nane ndipo amandithawa; akandiona salephera kundilavulira mʼmaso mwangamu.
11 କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
Tsopano pakuti Mulungu wakhwefula uta wanga ndipo wandisautsa, iwowo analekeratu kundiopa.
12 ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
Ku dzanja langa lamanja anthu akulimbana nane; andikumbira dzenje loti ndigweremo ndikamayenda, andipangira mitumbira ya nkhondo kuti alimbane nane.
13 ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
Iwo anditsekera njira; akufuna kundichititsa ngozi, popanda wina aliyense wowaletsa.
14 ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
Akundithamangitsa ngati madzi olowera pa mpanda wobowoka, iwo akubwererabwerera pakati pa chipasupasu.
15 ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
Zoopsa zandithetsa mphamvu; ulemu wanga wachita ngati wauluzika ndi mphepo, chuma changa chija chazimirira ngati mtambo.
16 ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
“Ndipo tsopano mtima wanga wachokamo; ndili mʼmasiku amasautso.
17 ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
Mafupa anga akuphwanya usiku pakuti zowawa zanga sizikuleka.
18 ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
Mʼmphamvu zake Mulungu wakhala ngati chovala changa; Iye wandigwira ngati chovala chondithina pa khosi.
19 ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
Wandiponya mʼmatope, ndipo ndasanduka ngati fumbi ndi phulusa.
20 ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
“Inu Mulungu, ine ndikulirira kwa Inu, koma simukundiyankha; ndikayimirira, Inu simundiyangʼana nʼkomwe.
21 ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
Inuyo mumandichitira zankhanza; mumandizunza ndi dzanja lanu lamphamvu.
22 ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
Mwandinyamulira ku mphepo ndipo mwandiwulutsa ndi mphepoyo; mwandiponya mʼmphepo ya mkuntho.
23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
Ndikudziwa kuti Inu mudzandifikitsa ku imfa, kumalo kumene amoyo onse adzapitako.
24 ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
“Ndithudi palibe munthu amene amalanga munthu wosweka mtima, amene akupempha thandizo mʼmasautso ake.
25 ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
Kodi ine sindinalire nawo iwo amene anali pamavuto? Kodi mtima wanga sunamvere chisoni anthu osauka?
26 ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
Koma pamene ndinkayembekezera zabwino, zoyipa ndiye zinandigwera; pamene ndinkafunafuna kuwala, mdima ndiye unandigwera.
27 ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
Kuwawa kwa mʼkati mwanga sikukuleka; ndili mʼmasiku amasautso.
28 ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
Ndikuyenda wothimbirira, komatu osati ndi dzuwa; ndimayimirira pa msonkhano ndi kupempha chithandizo molira.
29 ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।
Ndasanduka mʼbale wa nkhandwe, mnzawo wa akadzidzi.
30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
Khungu langa layamba kuda ndipo likufunduka; thupi langa likutentha chifukwa cha kuphwanya kwa thupi.
31 ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।
Pangwe wanga wasanduka woyimbira maliro, ndipo chitoliro changa chikuyimbira anthu olira.