< ଆୟୁବ 30 >

1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
“And now, laughed at me, Have the younger in days than I, Whose fathers I have loathed to set With the dogs of my flock.
2 ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
Also—the power of their hands, why [is it] to me? On them old age has perished.
3 ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
With want and with harsh famine, They are gnawing a dry place [in] the recent night, [In] desolation and ruin,
4 ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
Those cropping mallows near a shrub, And their food [is] root of broom trees.
5 ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
They are cast out from the midst (They shout against them as a thief),
6 ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
To dwell in a frightful place of valleys, Holes of earth and clefts.
7 ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
They groan among shrubs, They are gathered together under nettles.
8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
Sons of folly—even sons without name, They have been struck from the land.
9 ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
And now, I have been their song, And I am to them for a byword.
10 ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
They have detested me, They have kept far from me, And from before me have not spared to spit.
11 କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
Because He loosed His cord and afflicts me, And the bridle from before me, They have cast away.
12 ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
A brood arises on the right hand, They have cast away my feet, And they raise up against me, Their paths of calamity.
13 ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
They have broken down my path, They profit by my calamity: He has no helper.
14 ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
They come as a wide breach, Under the desolation have rolled themselves.
15 ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
He has turned terrors against me, It pursues my abundance as the wind, And as a thick cloud, My safety has passed away.
16 ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
And now, in me my soul pours itself out, Days of affliction seize me.
17 ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
[At] night my bone has been pierced in me, And my gnawing [pain] does not lie down.
18 ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
By the abundance of power, Is my clothing changed, As the mouth of my coat it girds me.
19 ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
Casting me into mire, And I have become like dust and ashes.
20 ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
I cry to You, And You do not answer me, I have stood, and You consider me.
21 ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
You are turned to be fierce to me, With the strength of Your hand, You oppress me.
22 ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
You lift me up, You cause me to ride on the wind, And You melt—You level me.
23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
For I have known You bring me back [to] death, And [to] the house appointed for all living.
24 ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
Surely not against the heap Does He send forth the hand, Though they have safety in its ruin.
25 ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
Did I not weep for him whose day is hard? My soul has grieved for the needy.
26 ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
When I expected good, then comes evil, And I wait for light, and darkness comes.
27 ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
My bowels have boiled, and have not ceased, Days of affliction have gone before me.
28 ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
I have gone mourning without the sun, I have risen, I cry in an assembly.
29 ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।
I have been a brother to dragons, And a companion to daughters of the ostrich.
30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
My skin has been black on me, And my bone has burned from heat,
31 ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।
And my harp becomes mourning, And my pipe the sound of weeping.”

< ଆୟୁବ 30 >